ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି। ବର୍ତ୍ତମାନ ତାହା ବଳ ଗୋଟାଇ ଧିରେ ଧିରେ ଉପକୂଳ ମୁହାଁ ହେଉଛି । ୩୬ ଘଣ୍ଟାରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏହା ବାତ୍ୟାର ରୂପ ନେବ । ବର୍ତ୍ତମାନ ପୁରୀଠାରୁ ୬୫୦ କି.ମି.ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ବିଶାଖାପାଟଣାଠାରୁ ୫୦୦ କି.ମି. ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି । ମଙ୍ଗଳବାର ସା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ ।
ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ରିକର୍ଭ କରିବ । ପରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବାର ସମ୍ଭାବନା ରହିଛି । ସ୍ଥଳଭାଗ ନଛୁଇଁ ସମୁଦ୍ର କୂଳେ କୂଳେ ସମାନ୍ତରାଳ ଭାବେ ଗତି କରିବ । ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲାରେ ବର୍ଷା ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୧ ତାରିଖରେ ୫ ଜିଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲାରେ ବର୍ଷାର ପ୍ରଭାବ ରହିବା ସହ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଏସବୁ ଜିଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ୧୩ ତାରିଖରୁ ବର୍ଷା କମିବ ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri