ଏଏସ୍‌ବିଏମ୍‌ର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’

ଭୁବନେଶ୍ୱର,୩।୯: ଏଏସ୍‌ବିଏମ୍‌ ୟୁନିଭର୍ସିଟିର ଶିକ୍ଷାରମ୍ଭ ଉତ୍ସବ ‘ଆକାଂକ୍ଷା’ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ୨୦୨୩-୨୪ ଶିକ୍ଷାବର୍ଷର ନୂତନ ବ୍ୟାଚ୍‌ ଶିକ୍ଷାଦାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୁକ୍ତରାଷ୍ଟ୍ର ଆମେରିକାର ୱାଡେନ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଡଗ୍ଲାସ୍‌ ଗିଲ୍‌ବର୍ଟ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଓକାକ୍‌ ପରିଚାଳନା ନିର୍ଦ୍ଦେଶକ ମାନସ ରଞ୍ଜନ ପଣ୍ଡା ଏବଂ ଏଏମ୍‌ଏନ୍‌ଏସ୍‌ର ନିର୍ବାହୀ ନିର୍ଦ୍ଦେଶକ ରାଜୀବ ଭଟ୍ଟନାଗର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା କୁଳାଧ୍ୟକ୍ଷ ପ୍ରଫେସର ବିଶ୍ୱଜିତ ପଟ୍ଟନାୟକ ସଭାପତିତ୍ୱ କରିଥିବାବେଳେ ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ବାଗତ କରିବା ସହ ଉତ୍ସବର ଆଭିମୁଖ୍ୟ ଏବଂ ଶିକ୍ଷାନୁଷ୍ଠାନର ବିଭିନ୍ନ ଦିଗ ଓ ସଫଳତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ନବାଗତ ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଦିତ କରି କହିଥିଲେ, ଶୀର୍ଷରେ ପହଞ୍ଚତ୍ବା ପଛରେ ନ ଧାଇଁ ଉତ୍କର୍ଷ ପ୍ରତିପାଦନ କରିବା ପାଇଁ ସେ ଉପସ୍ଥିତ ସମସ୍ତ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ପରିଶେଷରେ କୁଳାଧ୍ୟକ୍ଷ ନିମନ୍ତ୍ରିତ ଅତିଥିମାନଙ୍କୁ ବିଶ୍ୱବିଦ୍ୟାଳୟର ଫଳକ ପ୍ରଦାନକରି ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ବିଶ୍ୱବିଦ୍ୟାଳୟର ଏକାଡେମିକ୍‌ ଡିନ୍‌ ପ୍ରଫେସର ପଦ୍ମନାଭ ମହାପାତ୍ର ସଭା ପ୍ରାରମ୍ଭରେ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ କୁଳପତି ପ୍ରଫେସର ରଞ୍ଜନ କୁମାର ବଳ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସର୍ବଶେଷରେ ସହକାରୀ ଡିନ୍‌ ପ୍ରଫେସର ଅଭିଜିତ ମଣ୍ଡଳ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବରେ ବିଶ୍ୱବିଦ୍ୟାଳୟର ଉପ କୁଳାଧ୍ୟକ୍ଷ ପ୍ରଫେସର କଲ୍ୟାଣ ଶଙ୍କର ରାୟ, ଉପକୁଳପତି ପ୍ରଫେସର ଫଲ୍‌ଗୁ ନିରଞ୍ଜନା, ପ୍ରିନ୍ସିପାଲ ଡାଇରେକ୍ଟର ଡ.ସ୍ମାରକୀ ପଟ୍ଟନାୟକଙ୍କ ସମେତ ବିଶ୍ୱବିଦ୍ୟାଳୟର କୁଳସଚିବ ଏବଂ ବିଭିନ୍ନ ସ୍କୁଲର ଡିନ୍‌, ଅଧ୍ୟାପିକା ଅଧ୍ୟାପକ, ନିମନ୍ତ୍ରିତ ଅତିଥି ଓ ସମସ୍ତ ଛାତ୍ରୀଛାତ୍ରୀ ଯୋଗଦାନ କରିଥିଲେ। ପରିଶେଷରେ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri