ଏଏସ୍‌ବିଏମ୍‌ର ବାର୍ଷିକ ଉତ୍ସବ ‘ପ୍ରେରଣା’

ଭୁବନେଶ୍ୱର,୩୦।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟର ବାର୍ଷିକ ଉତ୍ସବ ‘ପ୍ରେରଣା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ଶିକ୍ଷା ସହ ସମାନ୍ତରାଳ ଭାବେ ସାମାଜିକ ଚିନ୍ତନ ଓ ମୂଲ୍ୟବୋଧର ସମନ୍ବୟ ଘଟିଲେ ବିଦ୍ୟାର୍ଥୀର ପୂର୍ଣ୍ଣାଙ୍ଗ ବିକାଶ ସମ୍ଭବ ହୋଇଥାଏ। ଏଥିଲାଗି ବିଦ୍ୟାର୍ଥୀମାନଙ୍କ ନିମନ୍ତେ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାନାଦି ପ୍ରାସଙ୍ଗିକ ବିଷୟବସ୍ତୁ ଯଥା ତର୍କ ଓ ବକ୍ତୃତା, ପ୍ରବନ୍ଧ ରଚନା, ନୃତ୍ୟ, ସଙ୍ଗୀତ, ଚିତ୍ରାଙ୍କନ, ଛବି ଉତ୍ତୋଳନ ଓ କ୍ରୀଡ଼ା ଆଦି ପ୍ରତିଯୋଗିତାର ଆୟୋଜନ କରାଯାଇଥାଏ ା ଏପରିକି ଚଳିତ ବର୍ଷର କୃତୀ ପ୍ରତିଯୋଗୀମାନଙ୍କୁ ସ୍ବୀକୃତି ପ୍ରଦାନ ନିମନ୍ତେ ତଥା ଅନ୍ୟ ଛାତ୍ରୀଛାତ୍ରମାନଙ୍କୁ ପ୍ରୋସତ୍ାହିତ କରିବା ଲାଗି ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠାନର ବାର୍ଷିକ ଉତ୍ସବ ପ୍ରେରଣା ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ ଗଭୀର ଅଧ୍ୟବସାୟ ସହ କର୍ତ୍ତବ୍ୟପରାୟଣ ଓ ପରିଶ୍ରମୀ ହେବା ଲାଗି ପରାମର୍ଶ ଦେଇଥିଲେ। ପରିଶେଷରେ ମେୟର ବିଭିନ୍ନ ବର୍ଗର ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ସେହିଭଳି ବିଶ୍ୱବିଦ୍ୟାଳୟର କୁଳାଧ୍ୟକ୍ଷ ପ୍ରଫେସର ଡ. ବିଶ୍ୱଜିତ ପଟ୍ଟନାୟକ ଅଧ୍ୟକ୍ଷୀୟ ଭାଷଣ ପ୍ରଦାନ ସହ ନିଷ୍ଠା ଓ ନିରବଚ୍ଛିନ୍ନ ସାଧନା ନିଜକୁ ଅନ୍ୟଠାରୁ ପୃଥକ୍‌ କରିଥାଏ ଓ ସମାଜର ସମସ୍ତ ଆବେଗ ଓ ଆହ୍ବାନକୁ ଫଳବତି କରିପାରେ ବୋଲି ପଟ୍ଟନାୟକ ମତପ୍ରକାଶ କରିଥିଲେ। ଅପରପକ୍ଷରେ ଅନୁଷ୍ଠାନର ପ୍ରିନ୍ସିପାଲ ଡାଇରେକ୍ଟର ପ୍ରଫେସର ଡ. ସ୍ମାରକୀ ପଟ୍ଟନାୟକ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିବା ବେଳେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସ୍‌ର ଡ. ରଞ୍ଜନ କୁମାର ବଳ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ପରିଶେଷରେ ଷ୍ଟୁଡେଣ୍ଟ ଆଫେୟାର୍ସ ସହାୟକ ଡିନ୍‌ ପ୍ରଫେସର ଅଭିଜିତ୍‌ ମଣ୍ଡଳ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri