ଗୀତ ଅଧାରୁ ଷ୍ଟେଜ୍‌ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା

କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍‌ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ ବନ୍ଦ କରିଦେଇଥିଲା।
ଅସୀମା ଗୀତ ଗାଇବା ଆରମ୍ଭ କରିବାବେଳେ ସେଠାରେ ଉପସ୍ଥିତ ଥିବା ଅତିରିକ୍ତ ଜିଲାପାଳ ଶିବ ଟୋପୋଙ୍କୁ ପୋଲିସ ଅଧିକାରୀ କାର୍ଯ୍ୟକ୍ରମ ବନ୍ଦ କରିବାକୁ କହିଥିଲେ। ଏହାର ପ୍ରାୟ ୧୦ ମିନିଟ୍‌ ମଧ୍ୟରେ ପୋଲିସ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ରମକୁ ବନ୍ଦ କରିଥିଲା। ଏହାପରେ ଅସୀମା ମଞ୍ଚରୁ ପଳାଇ ଯାଇଥିଲେ। ତାଙ୍କ ଗୀତ ଶୁଣିବାକୁ ଅପେକ୍ଷା କରିଥିବା ଦର୍ଶକ ଅସନ୍ତୋଷ ପ୍ରକାଶ କରିଥିଲେ। ପ୍ରଥମ ସନ୍ଧ୍ୟାରେ ବଲିଉଡ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଅନୁପ ଜଲୋଟା ବିଳମ୍ବରେ ପହଞ୍ଚି ୫ଟି ଗୀତ କାଇଥିଲେ। ଏହାପରେ କାର୍ଯ୍ୟକ୍ରମକୁ ବନ୍ଦ କରାଯାଇଥିଲା। ମୋଟାମୋଟି ଭାବେ କହିବାକୁ ଗଲେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ପାଇଁ ଜିଲା ପ୍ରଶାସନ ଠିକ୍‌ ଭାବେ ସମୟ ନିର୍ଦ୍ଧାରଣ ନ କରିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ଅତିରିକ୍ତ ଜିଲାପାଳ ଶିବ କହିଛନ୍ତି, ଜିଲାପାଳଙ୍କ ସହ ଏହି ବିଷୟରେ ଆଲୋଚନା କରିବାରୁ ସେ ପୋଲିସ ପ୍ରଶାସନକୁ ଅଧିକ ୧୫ ମିନିଟ୍‌ ସମୟ ମାଗିଥିଲେ। ସମୟ ବିଳମ୍ବ ହେବାରୁ କାର୍ଯ୍ୟକ୍ରମକୁ ପୋଲିସ ବନ୍ଦ କରିଥିବା ଶିବ କହିଛନ୍ତି। ଏହା ପୂର୍ବରୁ ଉକ୍ତ ମଞ୍ଚରେ ଥାଇଲାଣ୍ଡ ସାଂସ୍କୃତିକ ଗ୍ରୁପ ପକ୍ଷରୁ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ସେହିପରି କଟକର ରେବାଦେବୀ ଶୋଭନୀୟ ଶିକ୍ଷାଶ୍ରମ ପକ୍ଷରୁ ପାରମ୍ପରିକ ନୃତ୍ୟ, କଟକେଶ୍ୱର ସଙ୍ଗୀତ ମୋର୍ଚ୍ଚନା ପକ୍ଷରୁ ଭଜନ, କଟକ ସଂସ୍କୃତି ବିହାର ପକ୍ଷରୁ ଗୀତିନାଟ୍ୟ, କଟକର ଡାଏନା ଡ୍ୟାନ୍ସ ସ୍କୁଲ ପକ୍ଷରୁ ସମ୍ବଲପୁରୀ ନୃତ୍ୟ, ନୃତ୍ୟାଙ୍ଗନା ଫାଉଣ୍ଡେସନ ପକ୍ଷରୁ ଓଡ଼ିଶୀ ନୃତ୍ୟ, ଆସାମର କଳାକାରଙ୍କ ପକ୍ଷରୁ ବିହୁ ନୃତ୍ୟ ପରିବେଷଣ କରାଯାଇଥିଲା।
ଅପରପକ୍ଷରେ ବାଲିଯାତ୍ରା ପଡିଆ ଅକ୍ଷୟ ମହାନ୍ତି ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଓଲିଉଡ୍‌ କଣ୍ଠଶିଳ୍ପୀ ତାନ୍‌ସେନ୍‌ ସିଂ, ମାନସ ପ୍ରିତମ ଓ ଭାଗ୍ୟଶ୍ରୀ ଯାଜ୍ଞସେନୀ ଲୋକପ୍ରିୟ ସଙ୍ଗୀତ ପରିବେଷଣ କରିଥିଲେ। ଏହା ଦର୍ଶକଙ୍କ ମନକୁ ଛୁଇଁଥିଲା। ସେହିପରି କଟକର ନବକଳିକା ପକ୍ଷରୁ ସଙ୍ଗୀତ ପରିବେଷଣ, କଟକର ମହିଳା ପତଞ୍ଜଳି ଯୋଗ ଶିବିର ପକ୍ଷରୁ ଯୋଗନୃତ୍ୟ, ନଟରାଜ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ବାରମାସୀ ନେପାଳୀ ନୃତ୍ୟ, କୋଲକାତା ଧୃପଦୀ କଳାକେନ୍ଦ୍ର ପକ୍ଷରୁ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ଏଥିସହ ଭୁବନେଶ୍ୱରର ଆନନ୍ଦିତା ଦାସ ଆଣ୍ଡ୍‌ ଟ୍ରୁପ୍‌ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତ, କଟକର ନାଟ୍ୟ ମନ୍ଦିର ଓ ତ୍ରିଶକ୍ତି ଅନୁଷ୍ଠାନ ପକ୍ଷରୁ ଓଡିଶୀ ନୃତ୍ୟ, ଛତିଶଗଡ଼ର ଲୋକ ଶ୍ରୀନଗର ଭାରତୀ ପକ୍ଷରୁ ଗେଢ଼ି ଲୋକନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri