ଏଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ

କଟକ ଅଫିସ,୯।୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ସେଲ୍‌ର ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତ୍ରିନାଥ ଓ ଦୀପ୍ତିମୟୀଙ୍କ ନଁାରେ ଭିଜିଲାନ୍ସ ପକ୍ଷରୁ ମାମଲା(ନଂ.୧୩/୨୨) ରୁଜୁ ହୋଇଥିଲା। ତେବେ ଗିରଫଦାରିକୁ ଏଡାଇବା ପାଇଁ ଦୀପ୍ତିମୟୀ ଗତ ୧୭ ତାରିଖରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ। ବିଚାରପତି ସଙ୍ଗମ କୁମାର ସାହୁ ଏହି ମାମଲାର ଶୁଣାଣି କରି ଦୀପ୍ତିମୟୀଙ୍କୁ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତବେଳେ ସେ ତଦନ୍ତକାରୀ ଅଧିକାରୀଙ୍କୁ ସହଯୋଗ କରିବେ ଓ ପ୍ରମାଣ ନଷ୍ଟ ନ କରିବାକୁ ସାହୁ ସର୍ତ୍ତ ରଖିଛନ୍ତି।
ସୂଚନାଯୋଗ୍ୟ, ଗତମାସ ୧୫ ତାରିଖରେ ତ୍ରିନାଥଙ୍କ ଘର ସମେତ କଟକ, ଯାଜପୁର, ଖୋର୍ଦ୍ଧା, ଜଗତ୍‌ସିଂହପୁର ଓ ନବରଙ୍ଗପୁର ଜିଲାର ୧୧ଟି ସ୍ଥାନରେ ଚଢ଼ାଉ କରାଯାଇ ୮ କୋଟି ୬୮ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ କରାଯାଇଥିଲା, ଯାହାକି ତାଙ୍କ ଆୟର ୪୮୯% ଅଧିକ। ଦାମୀ କାର୍‌, ବାଇକ, କୋଠା, ଫାର୍ମ ହାଉସ, ନର୍ସିଂହୋମ, ଔଷଧ ପ୍ରସ୍ତୁତି ୟୁନିଟ୍‌, ଟ୍ରାନ୍ସପୋର୍ଟ ସଂସ୍ଥା, ଫ୍ଲାଟ୍‌ ଆଦି ତ୍ରିନାଥ ଓ ତାଙ୍କ ପରିବାରଙ୍କ ନାମରେ ରହିଥିବା ନେଇ ଭିଜିଲାନ୍ସ ବିଭାଗ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଥିଲା। ଏହି ଘଟଣାରେ ଗତ ୧୬ ତାରିଖରେ ତ୍ରିନାଥଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ଆଇନଜୀବୀ ଦେବାଶିଷ ପଣ୍ଡା, ସୁଦୀପ୍ତ ପଣ୍ଡା ଓ ବିଭୂତି ଭୂଷଣ ଚୌଧୁରୀ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri