ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ ଆଶାକର୍ମୀ

ଛତ୍ରପୁର,୧୬ା୧୦(ଦିଲ୍ଲୀପ ସାମଲ): ଭାରତୀୟ ମଜଦୂର ସଂଘ ସଂଲଗ୍ନ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ଏହା ସହ ଏକ ୯ ଦଫା ସମ୍ବଳିତ ଦାବିପତ୍ର ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନକୁ ସ୍ଥାୟୀ କରି ଆଶାକର୍ମୀମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ କରାଯିବା, ସରକାରୀ ମାନ୍ୟତା ମିଳିବା ପର୍ଯ୍ୟନ୍ତ ଆଶା କର୍ମଚାରୀମାନଙ୍କୁ ମାସିକ ବେତନ ୧୮ ହଜାର ଟଙ୍କା ପ୍ରଦାନ କରାଯିବା, ସମସ୍ତ ଆଶା କର୍ମୀମାନଙ୍କୁ ସାମାଜିକ ସୁରକ୍ଷା ଯୋଜନାରେ ଇଏସ୍‌ଆଇ ଓ ଇପିଏଫ୍‌ଓ ଅନ୍ତର୍ଗତ ପଞ୍ଜୀକୃତ କରାଯିବା, ପ୍ରତି ମାସ ୧୦ ତାରିଖ ମଧ୍ୟରେ ମାନଦେୟ ପ୍ରଦାନ କରାଯିବା ଓ ପ୍ରତି ପିଏଚସି ଓ ସିଏଚ୍‌ସିରେ ଆଶା ଗୃହ ନିର୍ମାଣ କରାଯିବା, ଯୋଗ୍ୟତା ଭିତ୍ତିରେ ଆଶାକର୍ମୀମାନଙ୍କୁ ତାଲିମ ଦେଇ ଏଏନ୍‌ଏମ୍‌ ପଦବୀକୁ ପଦୋନ୍ନତି କରାଯିବା, ଆଶାକର୍ମୀମାନଙ୍କୁ ପ୍ରତିବର୍ଷ ଦୁଇହଳ ୟୁନିଫର୍ମ ସହିତ ରିପୋର୍ଟ ଲେଖନ ପାଇଁ ଆବଶ୍ୟକ ରେଜିଷ୍ଟର ପ୍ରଦାନ କରାଯିବା, କାର୍ଯ୍ୟ ସମୟରେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିଲେ ପରିବାରକୁ ୧୦ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବା, ଅବସର ସମୟରେ ଆଶା କର୍ମୀମାନଙ୍କୁ ଏକ କାଳୀନ ୧୦ ଲକ୍ଷ ଟଙ୍କା ସହାୟତା ଓ ପ୍ରତିମାସ ଭତ୍ତା ବାବଦକୁ ୫ ହଜାର ଟଙ୍କା ପ୍ରଦାନ କରାଯିବା ଓ କାର୍ଯ୍ୟ ସୁବିଧା ପାଇଁ ସମସ୍ତ ଆଶାକର୍ମୀମାନଙ୍କୁ ଉଚ୍ଚ ଗୁଣବତ୍ତା ସମ୍ପନ୍ନ ଫାଇବ ଜି ମୋବାଇଲ ବା ଟାବଲେଟ ପ୍ରଦାନ କରାଯିବା ପାଇଁ ସେମାନେ ଦାବି କରିଛନ୍ତି। ବହୁ ଆଶାକର୍ମୀ ସ୍ଥାନୀୟ ନୂଆ ବସ୍‌ଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ବିକ୍ଷୋଭ ପ୍ରଦର୍ଶନ ବେଳେ ଜିଲାର ବିଭିନ୍ନ ସ୍ଥାନରୁ ଆସିଥିବା ବହୁ ଆଶା କର୍ମୀ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri