ଏହି କାରଣରୁ ଲତା ମଙ୍ଗେଶକରଙ୍କ ସହ ଝଗଡା କରିଥିଲେ ଆଶା ଭୋସଲେ

ମୁମ୍ବାଇ: ବଲିଉଡର ମେଲୋଡି କୁଇନ ଭାବରେ ଜଣାଶୁଣା ଆଶା ଭୋସଲେ ଆଜି ୮୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୩୩ ମସିହାରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମଗ୍ରହଣ କରିଥିଲେ। ସେ ଏପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଆଶା ଭୋସଲେଙ୍କ ବଡ ଭଉଣୀ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେଶକର ୧୪ ବର୍ଷ ବୟସରୁ କାମ ଆରମ୍ଭ କରିଥିଲେ। ପିତାଙ୍କ ଅକାଳ ବିୟୋଗ ହେତୁ ବଡ ଝିଅ ଲତା ସମସ୍ତ ଦାୟିତ୍ୱ ନେଇଥିଲେ। କିନ୍ତୁ ପିଲାଦିନରୁ ଆଶାଙ୍କର ଏକ ଭିନ୍ନ ମନୋଭାବ ଥିଲା। ସେ କୌଣସି ପ୍ରକାର ନିୟମରେ ବାନ୍ଧି ହେବାକୁ ପସନ୍ଦ କରି ନ ଥିଲେ। ଏହି କାରଣରୁ ସେ ନିଜ ପଥ ବାଛିଲେ। ୧୬ ବର୍ଷ ବୟସରେ ଆଶା ଗଣପତରାଓ ଭୋସଲେଙ୍କୁ ବିବାହ କରିଥିଲେ। ଗଣପତରାଓଙ୍କୁ ସେତେବେଳେ ୩୧ ବର୍ଷ ହୋଇଥିଲା। ଖୁବ କମ ଲୋକ ଜାଣନ୍ତି ଯେ ଗଣପତରାଓ ସେହି ସମୟରେ ଲତା ମଙ୍ଗେଶକରଙ୍କ ବ୍ୟକ୍ତିଗତ ସଚିବ ଥିଲେ।
ଏକ ସାକ୍ଷାତକାରରେ ଆଶା ନିଜେ କହିଥିଲେ ଯେ ମୋ ବିବାହରେ ଲତା ଦିଦି ଆଦୌ ରାଜି ନ ଥିଲେ। ଏହା ପରେ ଦୁହିଁଙ୍କ ମଧ୍ୟରେ ବହୁତ ଝଗଡା ହୋଇ ଦୂରତା ଆସିଥିଲା। ଦୀର୍ଘ ସମୟ ଧରି ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହୋଇ ନ ଥିଲା। ଆଶା ଭୋସଲେ ଏବଂ ଗଣପତରାଓଙ୍କ ୩ଟି ସନ୍ତାନ ଥିଲେ। କିନ୍ତୁ ପରେଦୁହେଁ ଅଲଗା ହୋଇଗଲେ। ଏହା ପରେ ଆଶା ଭୋସଲେ ସଙ୍ଗୀତକାର ଆରଡି ବର୍ମନଙ୍କୁ ବିବାହ କରିଥିଲେ। ବର୍ମନ ମଧ୍ୟ ପୂର୍ବରୁ ବିବାହ କରିଥିଲେ ଏବଂ ତାଙ୍କର ପ୍ରଥମ ସ୍ତ୍ରୀ ରୀତା ପଟେଲଙ୍କଠାରୁ ଛାଡପତ୍ର ଦେଇଥିଲେ। ଦୁହିଁଙ୍କ ପ୍ରେମ ସେମାନଙ୍କୁ ନିକଟତର କରିଥିଲା। ବର୍ମନ ଆଶା ତାଇଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବର ବହୁ ଦିନ ପରେ ଆଶା ତାଇ ତାଙ୍କୁ ବିବାହ କରିବାକୁ ରାଜି ହେଲେ ଏବଂ ୧୯୮୦ରେ ଦୁହେଁ ବିବାହ କଲେ। କିଛି ବର୍ଷ ପରେ ଏହି ବିବାହ ମଧ୍ୟ ଭାଙ୍ଗିଥିଲେ। ଦୁହେଁ ଅଲଗା ହୋଇଯାଇଥିଲେ। ଏହାପରେ ଆର.ଡି ବର୍ମନଙ୍କ ଅକାଳ ବିୟୋଗ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri