ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଦମନ ଚଳଚ୍ଚିତ୍ର ଦେଖିଲେ ଆଶାକର୍ମୀ

ଚିତ୍ରକୋଣ୍ଡା.୧।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ଉଦ୍ୟମରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୯ଟି ପଞ୍ଚାୟତ ଯଥା ବଡପଡା, ପାପରମେଟେଲା, ରାଲେଗ, ଧୂଳିପୁଟ, ଯୋଡ଼ାମ୍ବ, ପଣଷପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ ଏବଂ ଗାଜୁଲୁମାମୁଡି ପଞ୍ଚାୟତର ଆଶାକର୍ମୀ ଦମନ ଚଳଚିତ୍ର ଦେଖିଛନ୍ତି। କିଛି ବର୍ଷ ତଳେ ମାଲକାନଗିରି ଜିଲା ମ୍ୟାଲେରିଆ ପ୍ରବଣ ଅଞ୍ଚଳ ଭାବେ ଗଣାଯାଉଥିଲା। ମ୍ୟାଲେରିଆ ନିରାକରଣ ନିମନ୍ତେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିଲା କାର୍ଯ୍ୟକ୍ରମ ଦମନ। ଦମନକୁ ଆଖି ଆଗରେ ରଖି ଚିତ୍ରକୋଣ୍ଡାର ବିଚ୍ଛିନ୍ନାଞ୍ଚଳର ବିଭିନ୍ନ ସ୍ଥାନ, କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସ୍ବାସ୍ଥ୍ୟକର୍ମଚାରୀଙ୍କ ସହ ଧୂଳିପୁଟ, ଘୋଡ଼ା ଏବଂ ଯାନବାଇ ହସ୍ପିଟାଲରେ ଦମନ ଚଳଚ୍ଚିତ୍ରର ସୁଟିଂ କରାଯାଇଥିଲା।

ଚଳଚ୍ଚିତ୍ର ରିଲିଜ ହେବାପରେ ବର୍ତ୍ତମାନ ଓଡ଼ିଶା ସମେତ ବାହାର ରାଜ୍ୟରେ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି। ଅନ୍ୟପକ୍ଷେ ଚଳଚ୍ଚିତ୍ର ଦମନ ଶିକ୍ଷଣୀୟ ଏବଂ ଉପାଦେୟ ହୋଇଥିବାରୁ ସରକାର ମଧ୍ୟ ଦେୟମୁକ୍ତ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ମାଲକାନଗିରି ଜିଲା ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେଦିନର ବିଚ୍ଛିନ୍ନାଞ୍ଚଳ ଏବଂ ଆଜିର ସ୍ବାଭିମାନ ଅଞ୍ଚଳର ଆଶା କର୍ମଚାରୀମାନଙ୍କୁ ଗୁରୁବାର ଦମନ ଚଳଚିତ୍ର ଦେଖାଯାଇଥିଲା। ସକାଳୁ ସ୍ବାଭିମାନ ଅଞ୍ଚଳରୁ ବିଜୁ ସ୍ବାସ୍ଥ୍ୟଗାଡ଼ିରେ ଆଶାକର୍ମୀଙ୍କୁ ମାଲକାନଗିରିକୁ ନିଆଯାଇଥିଲା। ସେଠାରେ ଥିବା ସିନେମା ହଲରେ ଆଶାକର୍ମୀ ଦମନ ଚଳଚ୍ଚିତ୍ର ଦେଖିଥିଲେ। l ଆଶାଙ୍କ ସହ ମାଲକାନଗିରି ଜିଲା ସ୍ବାସ୍ଥ୍ୟ ଅଧିକାରୀ ମଧ୍ୟ ଫିଲ୍ମିଂ ଦେଖିଥିଲେ। ଅଞ୍ଚଳର ମ୍ୟାଲେରିଆ ନିରାକରଣକୁ ଚଳଚ୍ଚିତ୍ରରେ ସ୍ଥାନିତ କରାଯାଇଥିବାରୁ ଆଶାକର୍ମୀ ଆନନ୍ଦିତ ହୋଇଥିଲେ l ଜିଲା ସ୍ବାସ୍ଥ୍ୟ ବିଭାଗର ଏଭଳି ପଦକ୍ଷେପକୁ ସ୍ବାଭିିମାନ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri