ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ଦମନ ଚଳଚ୍ଚିତ୍ର ଦେଖିଲେ ଆଶାକର୍ମୀ

ଚିତ୍ରକୋଣ୍ଡା.୧।୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ଉଦ୍ୟମରେ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ୯ଟି ପଞ୍ଚାୟତ ଯଥା ବଡପଡା, ପାପରମେଟେଲା, ରାଲେଗ, ଧୂଳିପୁଟ, ଯୋଡ଼ାମ୍ବ, ପଣଷପୁଟ, ଅଣ୍ଡିରାପାଲି, ଯନ୍ତ୍ରୀ ଏବଂ ଗାଜୁଲୁମାମୁଡି ପଞ୍ଚାୟତର ଆଶାକର୍ମୀ ଦମନ ଚଳଚିତ୍ର ଦେଖିଛନ୍ତି। କିଛି ବର୍ଷ ତଳେ ମାଲକାନଗିରି ଜିଲା ମ୍ୟାଲେରିଆ ପ୍ରବଣ ଅଞ୍ଚଳ ଭାବେ ଗଣାଯାଉଥିଲା। ମ୍ୟାଲେରିଆ ନିରାକରଣ ନିମନ୍ତେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆରମ୍ଭ କରାଯାଇଥିଲା କାର୍ଯ୍ୟକ୍ରମ ଦମନ। ଦମନକୁ ଆଖି ଆଗରେ ରଖି ଚିତ୍ରକୋଣ୍ଡାର ବିଚ୍ଛିନ୍ନାଞ୍ଚଳର ବିଭିନ୍ନ ସ୍ଥାନ, କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସ୍ବାସ୍ଥ୍ୟକର୍ମଚାରୀଙ୍କ ସହ ଧୂଳିପୁଟ, ଘୋଡ଼ା ଏବଂ ଯାନବାଇ ହସ୍ପିଟାଲରେ ଦମନ ଚଳଚ୍ଚିତ୍ରର ସୁଟିଂ କରାଯାଇଥିଲା।

ଚଳଚ୍ଚିତ୍ର ରିଲିଜ ହେବାପରେ ବର୍ତ୍ତମାନ ଓଡ଼ିଶା ସମେତ ବାହାର ରାଜ୍ୟରେ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି। ଅନ୍ୟପକ୍ଷେ ଚଳଚ୍ଚିତ୍ର ଦମନ ଶିକ୍ଷଣୀୟ ଏବଂ ଉପାଦେୟ ହୋଇଥିବାରୁ ସରକାର ମଧ୍ୟ ଦେୟମୁକ୍ତ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ମାଲକାନଗିରି ଜିଲା ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେଦିନର ବିଚ୍ଛିନ୍ନାଞ୍ଚଳ ଏବଂ ଆଜିର ସ୍ବାଭିମାନ ଅଞ୍ଚଳର ଆଶା କର୍ମଚାରୀମାନଙ୍କୁ ଗୁରୁବାର ଦମନ ଚଳଚିତ୍ର ଦେଖାଯାଇଥିଲା। ସକାଳୁ ସ୍ବାଭିମାନ ଅଞ୍ଚଳରୁ ବିଜୁ ସ୍ବାସ୍ଥ୍ୟଗାଡ଼ିରେ ଆଶାକର୍ମୀଙ୍କୁ ମାଲକାନଗିରିକୁ ନିଆଯାଇଥିଲା। ସେଠାରେ ଥିବା ସିନେମା ହଲରେ ଆଶାକର୍ମୀ ଦମନ ଚଳଚ୍ଚିତ୍ର ଦେଖିଥିଲେ। l ଆଶାଙ୍କ ସହ ମାଲକାନଗିରି ଜିଲା ସ୍ବାସ୍ଥ୍ୟ ଅଧିକାରୀ ମଧ୍ୟ ଫିଲ୍ମିଂ ଦେଖିଥିଲେ। ଅଞ୍ଚଳର ମ୍ୟାଲେରିଆ ନିରାକରଣକୁ ଚଳଚ୍ଚିତ୍ରରେ ସ୍ଥାନିତ କରାଯାଇଥିବାରୁ ଆଶାକର୍ମୀ ଆନନ୍ଦିତ ହୋଇଥିଲେ l ଜିଲା ସ୍ବାସ୍ଥ୍ୟ ବିଭାଗର ଏଭଳି ପଦକ୍ଷେପକୁ ସ୍ବାଭିିମାନ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri