ମାନବିକତା ଦେଖାଇଲେ ଆଶାକର୍ମୀ: ବାତ୍ୟା ଆଶ୍ରୟସ୍ଥଳୀକୁ ବୃଦ୍ଧାଙ୍କୁ ବୋହି ଆଣିଲେ

ରାଜନଗର,,୨୫ା୧୦: ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାକୁ ଅଧିକ କ୍ଷତି ପହଞ୍ଚିଥିଲା ବେଳେ ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନସ୍ତରଣ କରିଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକର ଉପାନ୍ତ ତଥା ଦୁର୍ଗମ ଅଞ୍ଚଳ ବାଘମାରି ପଞ୍ଚାୟତର ଖାସମୁଣ୍ଡା ଗ୍ରାମର ଆଶାକର୍ମୀ ଶିବାନୀ ମଣ୍ଡଳ ମାନବିକତା ଏବଂ ମହିଳା ଶକ୍ତିର ଜ୍ୱଳନ୍ତ ଉଦାହରଣ ପ୍ରଦର୍ଶନ କରିଛନ୍ତି। ସେହିଗ୍ରାମର ଭିନ୍ନକ୍ଷମ ମହିଳାଙ୍କୁ କାନ୍ଧରେ ବୋହି ବାତ୍ୟାଶ୍ରୟସ୍ଥଳ ଆଣିଥିଲେ।

ଶିବାନୀ ଦେବଦୁତ ସାଜି ଏହି ମହତ କାର୍ଯ୍ୟ କରିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରଶଂସାର ସୁଅ ଛୁଟିଛି। ଯେଉଁଠି ସ୍ୱାସ୍ଥ୍ୟ ବିଭାଗ ପହଞ୍ଚିବା ଲାଗି ସମୟ ଲାଗେ, ସେହି ଦୁର୍ଗମ ଅଞ୍ଚଳରେ ଶିବାନୀ କେବଳ ଜଣେ ମହିଳା ନୁହେଁ ଅନେକ ବୃଦ୍ଧ ବୃଦ୍ଧାଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ପହଞ୍ଚାଇ ଦେବଦୁତ ସାଜିଛନ୍ତି। ଏହି ଖବର ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଜିଲା ପ୍ରଶାସନ ଶିବାନୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଏକ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ରାଜ୍ୟର ସୁରକ୍ଷା ପାଇଁ ଆଗେଇ ଆସିଛନ୍ତି ମାତୃଶକ୍ତି ବ୍ଲକ ଖାସମୁଣ୍ଡା ଗ୍ରାମର ଆଶା ଭଉଣୀ ଶିବାନୀ ମଣ୍ଡଳ ଅଦମ୍ୟ ସାହସର ସହ ବାତ୍ୟାରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ କରିଥିବା ପ୍ରୟାସ ସମସ୍ତଙ୍କ ପାଇଁ ଏକ ପ୍ରେରଣା”।

ସେହିଭଳି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଲେଖିଛନ୍ତି, ”ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରତ୍ୟେକଟି ଜୀବନର ସୁରକ୍ଷା କରିବା ହେଉଛି ଲୋକଙ୍କ ସରକାରର ଦାୟିତ୍ଵ ଓ କର୍ତ୍ତବ୍ୟ। ଏକ ଅମୂଲ୍ୟ ଜୀବନର ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଭଉଣୀଙ୍କ ଏହି ପ୍ରୟାସ ସମସ୍ତଙ୍କ ପାଇଁ ଏକ ପ୍ରେରଣା।

କେନ୍ଦ୍ରାପଡ଼ା ଜିଲ୍ଲା, ରାଜନଗର ବ୍ଲକ ଅନ୍ତର୍ଗତ ଖାସମୁଣ୍ଡା ଗାଁର ଆଶା ଭଉଣୀ ଶିବାନୀ ମଣ୍ଡଳଙ୍କ ଏଭଳି ନିଷ୍ଠାପର ଉଦ୍ୟମ ପାଇଁ ମୁଁ ତାଙ୍କୁ ସାଧୁବାଦ ଜଣାଉଛି।”


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri