ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି ବରଗଡ଼ ଜିଲା ଆଶାକର୍ମୀ ସଂଘ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସଂଘର ସମସ୍ତ ସଦସ୍ୟ ବରଗଡ଼ ଗାନ୍ଧିଛକରେ ସମବେତ ହୋଇଥିଲେ। ସେଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦେଇଛନ୍ତି ।

ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିନଥିଲେ। ସ୍ମାରକପତ୍ରରେ ସଂଘ ବିଭିନ୍ନ ଦାବି କରିଛି । ସମସ୍ତ ଆଶାକର୍ମୀମାନଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ସହିତ ସର୍ବନିମ୍ନ ସମ୍ମାନଜନକ ବେତନ ପ୍ରଦାନ, ସ୍ଥାୟୀ ଘୋଷଣା ନ ହେବା ପର୍ଯ୍ୟନ୍ତ ମାସିକ ୧୮ହଜାର ଟଙ୍କା ପ୍ରଦାନ ପ୍ରତିମାସ ୧୦ତାରିଖ ମଧ୍ୟରେ ସମସ୍ତ ପ୍ରକାର ମାନଦେୟ ପ୍ରଦାନ, ପ୍ରତି ଗ୍ରାମରେ ଆଶାକେନ୍ଦ୍ର ଓ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଶାଗୃହ ନିର୍ମାଣ ପାଇଁ ଦାବି ହୋଇଛି।

ସେହିପରି ଶିକ୍ଷାଗତ ଆଧାରରେ ଆଶାକର୍ମୀଙ୍କୁ ଏଏନଏମ(ANM) ପଦବୀକୁ ପଦୋନ୍ନତି, ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୧୦ ଲକ୍ଷ ଓ ଶାରୀରିକ ଅକ୍ଷମ କ୍ଷେତ୍ରରେ ୫ଲକ୍ଷ ଟଙ୍କାର ସହାୟତା, ସେବା ନିବୃତ ସମୟରେ ଏକକାଳୀନ ୧୦ଲକ୍ଷ ଟଙ୍କା ପ୍ରଦାନ, ମାତୃତ୍ବ ଲାଭ ସୁବିଧା, ପ୍ରସୂତିକାଳୀନ ଛୁଟି ଓ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି । ‌ ଦାବି ପୂରଣ ନହେଲେ ଆଗକୁ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଆଶାକର୍ମୀ ସଂଘ ଚେତାବନୀ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?