ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି ପୋଲିସ। ଫଳରେ ବ୍ଲକରେ ଆଶାକର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ଫେରାର ଥିବା ଅଭିଯୁକ୍ତ ଯେକୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରନ୍ତି ବୋଲି ଆଶଙ୍କା କରି ଆଶାକର୍ମୀ ଶୈଳବାଳା ଭୟଭୀତ ହୋଇ ଅଛନ୍ତି। ଗତ ୨୧ ତାରିଖରେ ଦୁର୍ଗାଦାସପୁର ଗ୍ରାମର ଜଣେ ମହିଳା ଅସୁସ୍ଥତା ଅନୁଭବ କରିବାରୁ ତାଙ୍କ ସ୍ବାବ୍ ପରୀକ୍ଷା ପାଇଁ ପଠାଯାଇଥିଲା। ସେଦିନ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ ଆସିବାରୁ ଆଶାକର୍ମୀ ଶୈଳବାଳାଙ୍କ ସହ ଏକ ଡାକ୍ତରୀ ଟିମ୍ ମହିଳାଙ୍କ ଘରକୁ କଣ୍ଟେନମେଣ୍ଟ କରିବା ସହ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ ପଠାଇବା ପାଇଁ ତାଙ୍କ ଘରକୁ ଯାଇଥିଲେ। ସେଠାରେ ମହିଳାଙ୍କ ସ୍ବାମୀ ଆଶାକର୍ମୀଙ୍କୁ ଗାଳିଗୁଲଜ କରିବାରୁ ଫେରି ଆସିଥିଲେ। ପରଦିନ ଆକ୍ରାନ୍ତ ମହିଳାଙ୍କ ପୁଅ ଆଶାକର୍ମୀଙ୍କ ଘରକୁ ଯାଇ ଏକ ବତାରେ ମାଡ଼ ମାରିଥିଲେ। ଶୈଳବାଳାଙ୍କ ଅଭିଯୋଗକ୍ରମେ ପୋଲିସ ନଂ. ୨୪୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଆକ୍ରାନ୍ତ ମହିଳା ଜଣକ ଆଶାକର୍ମୀଙ୍କ ବିରୋଧରେ ପାଲଟା ଏତଲା ଦେବାକୁ ଥାନାକୁ ଯାଇଥିବା ବେଳେ ଥାନାର ଅଫିସର ଓ କର୍ମଚାରୀ ହଟହଟା ହୋଇଥିଲେ। ପରେ ଥାନା ଅଧିକାରୀଙ୍କ ରୁମ ସହ ଅଫିସ ଭିତର ସାନିଟାଇଜ କରାଯାଇଥିଲା। ଏ ସମ୍ପର୍କରେ ଥାନାଧିକାରୀ ଗୌରାଙ୍ଗଚରଣ ପୃଷ୍ଟି କୁହନ୍ତି, ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।
Posted inଆମ ଜିଲା ଖବର, ପୁରୀ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

