ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି ପୋଲିସ। ଫଳରେ ବ୍ଲକରେ ଆଶାକର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ଫେରାର ଥିବା ଅଭିଯୁକ୍ତ ଯେକୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରନ୍ତି ବୋଲି ଆଶଙ୍କା କରି ଆଶାକର୍ମୀ ଶୈଳବାଳା ଭୟଭୀତ ହୋଇ ଅଛନ୍ତି। ଗତ ୨୧ ତାରିଖରେ ଦୁର୍ଗାଦାସପୁର ଗ୍ରାମର ଜଣେ ମହିଳା ଅସୁସ୍ଥତା ଅନୁଭବ କରିବାରୁ ତାଙ୍କ ସ୍ବାବ୍ ପରୀକ୍ଷା ପାଇଁ ପଠାଯାଇଥିଲା। ସେଦିନ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ ଆସିବାରୁ ଆଶାକର୍ମୀ ଶୈଳବାଳାଙ୍କ ସହ ଏକ ଡାକ୍ତରୀ ଟିମ୍ ମହିଳାଙ୍କ ଘରକୁ କଣ୍ଟେନମେଣ୍ଟ କରିବା ସହ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ ପଠାଇବା ପାଇଁ ତାଙ୍କ ଘରକୁ ଯାଇଥିଲେ। ସେଠାରେ ମହିଳାଙ୍କ ସ୍ବାମୀ ଆଶାକର୍ମୀଙ୍କୁ ଗାଳିଗୁଲଜ କରିବାରୁ ଫେରି ଆସିଥିଲେ। ପରଦିନ ଆକ୍ରାନ୍ତ ମହିଳାଙ୍କ ପୁଅ ଆଶାକର୍ମୀଙ୍କ ଘରକୁ ଯାଇ ଏକ ବତାରେ ମାଡ଼ ମାରିଥିଲେ। ଶୈଳବାଳାଙ୍କ ଅଭିଯୋଗକ୍ରମେ ପୋଲିସ ନଂ. ୨୪୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଆକ୍ରାନ୍ତ ମହିଳା ଜଣକ ଆଶାକର୍ମୀଙ୍କ ବିରୋଧରେ ପାଲଟା ଏତଲା ଦେବାକୁ ଥାନାକୁ ଯାଇଥିବା ବେଳେ ଥାନାର ଅଫିସର ଓ କର୍ମଚାରୀ ହଟହଟା ହୋଇଥିଲେ। ପରେ ଥାନା ଅଧିକାରୀଙ୍କ ରୁମ ସହ ଅଫିସ ଭିତର ସାନିଟାଇଜ କରାଯାଇଥିଲା। ଏ ସମ୍ପର୍କରେ ଥାନାଧିକାରୀ ଗୌରାଙ୍ଗଚରଣ ପୃଷ୍ଟି କୁହନ୍ତି, ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।
Posted inଆମ ଜିଲା ଖବର, ପୁରୀ View All
ଓମ୍ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା
ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...
୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...
ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା
ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...
ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍ପି
ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...
ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…
ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍ ଛାତିରେ ଯନ୍ତ୍ରଣା ହୋଇଥିଲା।...
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ
ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...
ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...
ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…
ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...
Archives


