ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ

ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ ଥାନାରେ ଅଭିଯୋଗ କରିବା ସହ ଘଟଣାକୁ ୨ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତାପାଇପାରୁନି ପୋଲିସ। ଫଳରେ ବ୍ଲକରେ ଆଶାକର୍ମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ଫେରାର ଥିବା ଅଭିଯୁକ୍ତ ଯେକୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରନ୍ତି ବୋଲି ଆଶଙ୍କା କରି ଆଶାକର୍ମୀ ଶୈଳବାଳା ଭୟଭୀତ ହୋଇ ଅଛନ୍ତି। ଗତ ୨୧ ତାରିଖରେ ଦୁର୍ଗାଦାସପୁର ଗ୍ରାମର ଜଣେ ମହିଳା ଅସୁସ୍ଥତା ଅନୁଭବ କରିବାରୁ ତାଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିଲା। ସେଦିନ ସନ୍ଧ୍ୟାରେ ରିପୋର୍ଟ ପଜିଟିଭ ଆସିବାରୁ ଆଶାକର୍ମୀ ଶୈଳବାଳାଙ୍କ ସହ ଏକ ଡାକ୍ତରୀ ଟିମ୍‌ ମହିଳାଙ୍କ ଘରକୁ କଣ୍ଟେନମେଣ୍ଟ କରିବା ସହ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲ ପଠାଇବା ପାଇଁ ତାଙ୍କ ଘରକୁ ଯାଇଥିଲେ। ସେଠାରେ ମହିଳାଙ୍କ ସ୍ବାମୀ ଆଶାକର୍ମୀଙ୍କୁ ଗାଳିଗୁଲଜ କରିବାରୁ ଫେରି ଆସିଥିଲେ। ପରଦିନ ଆକ୍ରାନ୍ତ ମହିଳାଙ୍କ ପୁଅ ଆଶାକର୍ମୀଙ୍କ ଘରକୁ ଯାଇ ଏକ ବତାରେ ମାଡ଼ ମାରିଥିଲେ। ଶୈଳବାଳାଙ୍କ ଅଭିଯୋଗକ୍ରମେ ପୋଲିସ ନଂ. ୨୪୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଆକ୍ରାନ୍ତ ମହିଳା ଜଣକ ଆଶାକର୍ମୀଙ୍କ ବିରୋଧରେ ପାଲଟା ଏତଲା ଦେବାକୁ ଥାନାକୁ ଯାଇଥିବା ବେଳେ ଥାନାର ଅଫିସର ଓ କର୍ମଚାରୀ ହଟହଟା ହୋଇଥିଲେ। ପରେ ଥାନା ଅଧିକାରୀଙ୍କ ରୁମ ସହ ଅଫିସ ଭିତର ସାନିଟାଇଜ କରାଯାଇଥିଲା। ଏ ସମ୍ପର୍କରେ ଥାନାଧିକାରୀ ଗୌରାଙ୍ଗଚରଣ ପୃଷ୍ଟି କୁହନ୍ତି, ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri