ଜିଲାପାଳ ଅଫିସ ଆଗରେ ଆଶାକର୍ମୀସଂଘର ବିକ୍ଷୋଭ: ୧୮ ହଜାର ଟଙ୍କା ପାରିଶ୍ରମିକ ପ୍ରଦାନ ପାଇଁ ଦାବି

ଛତ୍ରପୁର, ୧୦।୩(ସନ୍ତୋଷ ପାଢ଼ୀ): ଓଡ଼ିଶା ଆଶାକର୍ମୀସଂଘ ଗଞ୍ଜାମ ଜିଲା ପକ୍ଷରୁ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାପରେ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବି ସମ୍ବଳିତ ସ୍ମାରକପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି । ଦାବିଗୁଡିକ ମଧ୍ୟରେ ଆଶାକର୍ମୀଙ୍କୁ ନ୍ୟୁନତମ ୧୮ ହଜାର ଟଙ୍କା ପାରିଶ୍ରମିକ ପ୍ରଦାନ, ଇଏସଆଇରେ ଅନ୍ତର୍ଭୁକ୍ତ ସହ ସାମାଜିକ ସୁରକ୍ଷା ବାବଦରେ ପେନସନ ପ୍ରଦାନ, କାର୍ଯ୍ୟ କରୁଥିବା ବେଳେ ଦୁର୍ଘଟଣାରେ ଆଶାକର୍ମୀଙ୍କ ମୃତ୍ୟୁ ହେଲେ ୫ ଲକ୍ଷ ଟଙ୍କା କ୍ଷତିପୂରଣ, ଅଭିଜ୍ଞ ଆଶାକର୍ମୀଙ୍କୁ ଟୀକାକାରଣ ପାଇଁ ପ୍ରଶିକ୍ଷଣ ରହିଛି। ସେହିପରି ଯୋଗ୍ୟତା ଅନୁସାରେ ଆଶାକର୍ମୀଙ୍କୁ ଏନଏଏମ ଭାବେ ନିଯୁକ୍ତି, ବର୍ଷକ ମଧ୍ୟରେ ଆଶାକର୍ମୀଙ୍କୁ ୨ ଥର ୟୁନିଫର୍ମ ପ୍ରଦାନ, ଚିକିତ୍ସାଳୟରେ ବସିବା ପାଇଁ କକ୍ଷ ବ୍ୟବସ୍ଥା, ଯାତ୍ରା ଭତ୍ତା ଆଦି ଦାବି ରହିଛି । ଏହି କାର୍ଯ୍ୟକ୍ରମବେଳେ ଓଡ଼ିଶା ଆଶାକର୍ମୀସଂଘ ଗଞ୍ଜାମ ଜିଲା ସଭାନେତ୍ରୀ ରେଣୁବାଳା ସାହୁ, ସମ୍ପାଦିକା ବବିତା,ରାଜ୍ୟ ବିଏମଏସ କାର୍ଯ୍ୟକାରୀ କମିଟି ସଭ୍ୟ ଲିଙ୍ଗରାଜ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri