ତୃତୀୟ ଦିନରେ ଆଶାକର୍ମୀଙ୍କ ଧାରଣା

ପାଟଣା,୮ା୧୨(ସ୍ବ.): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଗୁରୁବାର ପାଟଣା ବ୍ଲକରେ କାର୍ଯ୍ୟରତ ଆଶାକର୍ମୀମାନେ ବିଭିନ୍ନ ଦାବି ନେଇ ଧାରଣାରେ ବସି ଆନ୍ଦୋଳନ ଜାରି ରଖିଛନ୍ତି। ଗୁରୁବାର ରାଜନଗର ସେକ୍ଟରର ୩୨ରୁ ଊର୍ଦ୍ଧ୍ୱ ଆଶାକର୍ମୀ ୭ ଦଫା ସମ୍ବଳିତ ଦାବି ନେଇ ତୃତୀୟ ଦିନରେ ଧାରଣାରେ ବସିଛନ୍ତି। ଏହି ଧାରଣା ବ୍ଲକ ସଭାପତି ଲତା ମଞ୍ଜରୀ ମହାନ୍ତ, ସମ୍ପାଦିକା ସାବିତ୍ରୀ ସାହୁଙ୍କ ନେତୃତ୍ୱରେ ଦିଆଯାଇଛି। ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ମାସକୁ ୧୮ ହଜାର ଟଙ୍କା ଦରମା, ସ୍ଥାୟୀ ନିଯୁକ୍ତି, ଅବସର ପରେ ମାସକୁ ୫ ହଜାର ଟଙ୍କା ପେନ୍‌ସନ୍‌ ପ୍ରତ୍ୟେକ ସେକ୍ଟରରେ ଆଶାକର୍ମୀମାନଙ୍କ ପାଇଁ ଅଶାଗୃହ ନିର୍ମାଣ ଏବଂ ମେଡିକାଲକୁ ପ୍ରସୂତିଙ୍କୁ ନେଇ ଯାଉଥିବା ଆଶାକର୍ମୀଙ୍କୁ ଡାକ୍ତର ସୁଇପରମାନେ ଦୁର୍ବ୍ୟବହାର ନ କରି ସମ୍ମାନ ଦେବା ଆଦି ଦାବିରେ ଆଶା କର୍ମୀମାନେ ଧାରଣାରେ ବସିଛନ୍ତି।

ସୂଚନା ଯେ, ଆଶାକର୍ମୀଙ୍କ ଧାରଣା ଯୋଗୁ ପ୍ରସୂତିମାନେ ନାନା ହଇରାଣ ହରକତ ହେବା ସହ ରୋଗୀ ସେବାରେ ପ୍ରଭାବ ପଡ଼ିଛି। ଖୁବ୍‌ଶୀଘ୍ର ଆଶା କର୍ମୀଙ୍କ ଦାବିଗୁଡ଼ିକ ପୂରଣ ନ ହେଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ଆଶା କର୍ମୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri