Posted inଖେଳ

୭ ରନ୍‌ରେ ୬ ଉଇକେଟ୍‌ ନେଇ ଐତିହାସିକ ମୁଲାଗ ପଦକ ଜିତିଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୮।୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ପ୍ରଥମ ଟେଷ୍ଟ ଖେଳୁଥିବା ଫାଷ୍ଟ ବୋଲର ସ୍କଟ ବୋଲାଣ୍ଡ ମାତ୍ର ସାତ ରନ ଦେଇ ୬ଟି ଉଇକେଟ ନେଇଥିଲେ। ତୃତୀୟ ଆଶେସ ଟେଷ୍ଟର ତୃତୀୟ ଦିନରେ ମଧ୍ୟାହ୍ନ ଭୋଜନ ପୂର୍ବରୁ ଅଷ୍ଟ୍ରେଲିଆ ଇଂଲଣ୍ଡକୁ ପରାସ୍ତ କରିଥିଲା। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ କଙ୍ଗାରୁ ଦଳ ଇଂଲଣ୍ଡକୁ ଏକ ଇନିଂସ ଏବଂ ୧୪ ରନ୍‌ରେ ପରାସ୍ତ କରିଛି। ଏହା ସହିତ ଅଷ୍ଟ୍ରେଲିଆ ମଧ୍ୟ ଆଶେସ ସିରିଜ ଜିତିଛି। ପାଞ୍ଚ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ୩-୦ ଅଗ୍ରଣୀ ହାସଲ କରିଛି। ମ୍ୟାନ ଅଫ ଦି ମ୍ୟାଚ ବୋଲାଣ୍ଡକୁ ଜନି ମୁଲାଗ ପଦକ ପ୍ରଦାନ କରାଯାଇଥିଲା।
ଜନି ମୁଲାଗ ଜଣେ ଅଲରାଉଣ୍ଡର ଥିଲେ। ମୁଲାଗଙ୍କ ପ୍ରକୃତ ନାମ ଉନାରିମିନ ଥିଲା ଏବଂ ସେ ୧୮୬୮ରେ ଆଞ୍ଚଳିକ ଦଳର ନେତୃତ୍ୱ ନେଇଥିଲେ। ଏହି ଗସ୍ତରେ ସେ ୪୭ ଟି ମ୍ୟାଚ ମଧ୍ୟରୁ ୪୫ଟି ଖେଳିଥିଲେ ଏବଂ ହାରାହାରି ୨୩ଟି ଇନିଂସରେ ୧୬୯୮ ରନ ସ୍କୋର କରିଥିଲେ। ଏଥି ସହିତ, ସେ ୧୮୭୭ ଓଭର ବୋଲିଂ ମଧ୍ୟ କରିଥିଲେ, ସେଥିମଧ୍ୟରୁ ୮୩୧ ଓଭର ମେଡେନ୍‌ ଫିଙ୍ଗି ଥିଲେ। ସେ ହାରାହାରି ୧୦ ରେ ୨୫୭ ଉଇକେଟ ନେଇଥିଲେ।
୧୮୬୬ ମସିହାରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସି ଡେ ଟେଷ୍ଟ ମ୍ୟାଚ ରେ ଜନି ମୁଲାଗ ମଧ୍ୟ ଖେଳିଥିଲେ। ଗତ ବର୍ଷ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବକ୍ସିଂ ଡେ ଟେଷ୍ଟ ମ୍ୟାଚରେ ଅଜିଙ୍କେ ରାହାଣେଙ୍କୁ ମୁଲାଗ ପଦକ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri