ନନ୍ଦିରାରେ ମିଶିଲା ପାଉଁଶ ପାଣି

ବଅଁରପାଳ,୬ା୬(ଡି.ଏନ.ଏ.): ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ଠାରେ ଥିବା ନାଲ୍‌କୋର ପାଉଁଶ ପୋଖରୀରୁ ବହୁ ପରିମାଣର ପାଉଁଶ ପାଣି ସୋମବାର ନନ୍ଦିରା ନାଳରେ ମିଶିଛି। ଫଳରେ ଏହି ନାଳ ଉପରେ ନିର୍ଭର କରୁଥିବା ବଳରାମପ୍ରସାଦ, କୁକୁଡାଙ୍ଗ, କୁରୁଡୁଲୁ, ଟେଣ୍ଟଲୋଇ, ଖାମାନା, ପାଣିଓଳା, ତେହେରାନପୁର, କେନ୍ଦୁପଲି, ଦିଗି ସମେତ ଆଖପାଖ ଗ୍ରାମର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ନନ୍ଦିରା ନାଳ ଉପରେ ଏସବୁ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଏପରି କି ଗୃହପାଳିତ ପ୍ରାଣୀ ଏହି ନାଳର ପାଣିକୁ ପାନୀୟ ଭାବେ ବ୍ୟବହାର କରନ୍ତି। ସେହିପରି ଟେଣ୍ଟଲୋଇ ସେବାଶ୍ରମରେ ରହୁଥିବା ଛାତ୍ରୀମାନେ ଏହି ନାଳରେ ସ୍ନାନ କରନ୍ତି। ମାତ୍ର ପାଉଁଶ ପାଣି ମିଶିବା ଦ୍ୱାରା ନାଳ ପାଣି ଦୂଷିତ ହେଉଛି। ଏହାକୁ ବ୍ୟବହାର କରି ଲୋକେ ଚର୍ମ ରୋଗ ସହ ବିଭିନ ରୋଗରେ ପୀଡିତ ହେଉଛନ୍ତି। କିନ୍ତୁ ନାଲ୍‌କୋ କର୍ତ୍ତୃପକ୍ଷ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଅସନ୍ତୋଷ ଦେଖା ଦେଇଛି। ଏ ସମ୍ପର୍କରେ ବଳରାମ ପ୍ରସାଦର ଯୁବନେତା ଅନିଲ ବେହେରା ଓ ଟେଣ୍ଟଲୋଇ ଗ୍ରାମର ସ୍ବାଗତ ନାଏକ କହିଛନ୍ତି, ନାଲ୍‌କୋ କର୍ତ୍ତୃପକ୍ଷ ବାରମ୍ବାର ନନ୍ଦିରାରେ ପାଉଁଶ ପାଣି ଛାଡି ଦେଉଛନ୍ତି। ଏଥିପାଇଁ ନାଳ ପ୍ରଦୂଷିତ ହେଉଛି। ଲୋକେ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଏ ନେଇ ବହୁବାର ନାଲ୍‌କୋ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି। ହେଲେ କୌଣସି ସୁଫଳ ମିଳୁନାହିଁ। ଏ ସମ୍ପର୍କରେ ନାଲ୍‌କୋ ମାନବ ସମ୍ବଳ ଉପମହାପ୍ରବନ୍ଧକ ସୁନୀଲ ମହାପାତ୍ର କହିଛନ୍ତି, ବର୍ଷା ହେବା ଯୋଗୁ ପାଉଁଶ ପୋଖରୀରୁ ସାମାନ୍ୟ ପାଉଁଶ ମିଶା ପାଣି ଉଛୁଳି ନନ୍ଦିରାରେ ମିଶିଛି। ଏଥିରେ ସେମିତି କିଛି ବିଶେଷ ଅସୁବିଧା ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri