‘ଆଶୀର୍ବାଦ’ ଯୋଜନା ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଧବାର ‘ଆଶୀର୍ବାଦ’ ଯୋଜନାର ସଫଳ ଅନ୍‌ଲାଇନ୍‌ ପରିଚାଳନା ଏବଂ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ପୋର୍ଟାଲ ‘ashirbad.odisha.gov.in’ ଲୋକାର୍ପିତ ହୋଇଛି। ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଭର୍ଚୁଆଲରେ ଏହି ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଏବଂ ୟୁନିସେଫ୍‌ ସହାୟତାରେ ଏହି ପୋର୍ଟାଲର ବିକାଶ କରାଯାଇଛି ା ୨୦୨୦ ଏପ୍ରିଲ ୧ରୁ ୨୦୨୧ ସେପ୍ଟେମ୍ବର ୧୫ ମଧ୍ୟରେ କୋଭିଡ୍‌ରେ ମାତାପିତା ମଧ୍ୟରୁ ଉପାର୍ଜନକାରୀ ଜଣଙ୍କୁ କିମ୍ବା ଉଭୟଙ୍କୁ ହରାଇଥିବା ପିଲାଙ୍କୁ ୧୮ ବର୍ଷ ହେବା ପର୍ଯ୍ୟନ୍ତ ଉପଯୁକ୍ତ ଶିକ୍ଷା ଏବଂ ସୁରକ୍ଷିତ ଭବିଷ୍ୟତ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆଶୀର୍ବାଦ’ ଯୋଜନା ଘୋଷଣା କରିଥିଲେ। ଏ ପର୍ଯ୍ୟନ୍ତ ୩୪ ହଜାରରୁ ଅଧିକ ଆବେଦନ କରିଥିବାବେଳେ ପ୍ରାୟ ୧୭ ହଜାର ହିତାଧିକାରୀ ଉପକୃତ ହୋଇସାରିଛନ୍ତି। ଉଭୟ ମାତାପିତାଙ୍କୁ ହରାଇଥିବା ପିଲାଙ୍କୁ ମାସିକ ୨,୫୦୦ ଟଙ୍କା ଏବଂ ଉପାର୍ଜନକାରୀ ଜଣଙ୍କୁ ହରାଇଥିବା ପିଲାଙ୍କ ଶିକ୍ଷା ପାଇଁ ମାସିକ ୧,୫୦୦ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଉଛି। ସହାୟତା ରାଶି ସେମାନଙ୍କ ନିକଟରେ ଠିକ୍‌ ସମୟରେ ପହଞ୍ଚୁଛି କି ନାହିଁ, ଏହି ପୋର୍ଟାଲ ମାଧ୍ୟମରେ ପରିଚାଳନା କରାଯିବ। ହିତାଧିକାରୀଙ୍କ ସମସ୍ତ ତଥ୍ୟ ସହ ଆବେଦନ ପ୍ରକ୍ରିୟା, ଚୟନ ପଦ୍ଧତି, ପିଲାଙ୍କ ପାଇଁ ଉପଲବ୍ଧ ଥିବା ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ବିଭିନ୍ନ ସୂଚନା ଏହି ପୋର୍ଟାଲରେ ଅପ୍‌ଲୋଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।
କାର୍ଯ୍ୟକ୍ରମରେ ସମନ୍ବିତ ଶିଶୁ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଓ ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ନିଲେଶନ ଉପସ୍ଥିତ ଥିଲେ। ଏହି ଅବସରରେ ପୋର୍ଟାଲ୍‌ର ଭିଡିଓ ଲୋକାର୍ପିତ ହେବା ସହ ନବରଙ୍ଗପୁର, ବୌଦ୍ଧ, ପୁରୀ, କଟକ ଏବଂ ଯାଜପୁର ଆଦି ଜିଲାରେ ଆଶୀର୍ବାଦ ଯୋଜନା ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଦିଆଯାଇଥିଲା। ଏସବୁ ସ୍ଥାନରେ ଜିଲା ଶିଶୁ ସୁରକ୍ଷା ସମିତି ଅଧ୍ୟକ୍ଷ, ଅଭିଭାବକ, ଡିସିପିଓ ଏବଂ ଶିଶୁ ଯତ୍ନ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri