‘ଆଶୀର୍ବାଦ’ ଯୋଜନା ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଧବାର ‘ଆଶୀର୍ବାଦ’ ଯୋଜନାର ସଫଳ ଅନ୍‌ଲାଇନ୍‌ ପରିଚାଳନା ଏବଂ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ପୋର୍ଟାଲ ‘ashirbad.odisha.gov.in’ ଲୋକାର୍ପିତ ହୋଇଛି। ବିଭାଗର ପ୍ରମୁଖ ଶାସନ ସଚିବ ଅନୁ ଗର୍ଗ ଭର୍ଚୁଆଲରେ ଏହି ପୋର୍ଟାଲକୁ ଶୁଭାରମ୍ଭ କରିଛନ୍ତି। ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଏବଂ ୟୁନିସେଫ୍‌ ସହାୟତାରେ ଏହି ପୋର୍ଟାଲର ବିକାଶ କରାଯାଇଛି ା ୨୦୨୦ ଏପ୍ରିଲ ୧ରୁ ୨୦୨୧ ସେପ୍ଟେମ୍ବର ୧୫ ମଧ୍ୟରେ କୋଭିଡ୍‌ରେ ମାତାପିତା ମଧ୍ୟରୁ ଉପାର୍ଜନକାରୀ ଜଣଙ୍କୁ କିମ୍ବା ଉଭୟଙ୍କୁ ହରାଇଥିବା ପିଲାଙ୍କୁ ୧୮ ବର୍ଷ ହେବା ପର୍ଯ୍ୟନ୍ତ ଉପଯୁକ୍ତ ଶିକ୍ଷା ଏବଂ ସୁରକ୍ଷିତ ଭବିଷ୍ୟତ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆଶୀର୍ବାଦ’ ଯୋଜନା ଘୋଷଣା କରିଥିଲେ। ଏ ପର୍ଯ୍ୟନ୍ତ ୩୪ ହଜାରରୁ ଅଧିକ ଆବେଦନ କରିଥିବାବେଳେ ପ୍ରାୟ ୧୭ ହଜାର ହିତାଧିକାରୀ ଉପକୃତ ହୋଇସାରିଛନ୍ତି। ଉଭୟ ମାତାପିତାଙ୍କୁ ହରାଇଥିବା ପିଲାଙ୍କୁ ମାସିକ ୨,୫୦୦ ଟଙ୍କା ଏବଂ ଉପାର୍ଜନକାରୀ ଜଣଙ୍କୁ ହରାଇଥିବା ପିଲାଙ୍କ ଶିକ୍ଷା ପାଇଁ ମାସିକ ୧,୫୦୦ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଉଛି। ସହାୟତା ରାଶି ସେମାନଙ୍କ ନିକଟରେ ଠିକ୍‌ ସମୟରେ ପହଞ୍ଚୁଛି କି ନାହିଁ, ଏହି ପୋର୍ଟାଲ ମାଧ୍ୟମରେ ପରିଚାଳନା କରାଯିବ। ହିତାଧିକାରୀଙ୍କ ସମସ୍ତ ତଥ୍ୟ ସହ ଆବେଦନ ପ୍ରକ୍ରିୟା, ଚୟନ ପଦ୍ଧତି, ପିଲାଙ୍କ ପାଇଁ ଉପଲବ୍ଧ ଥିବା ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ବିଭିନ୍ନ ସୂଚନା ଏହି ପୋର୍ଟାଲରେ ଅପ୍‌ଲୋଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।
କାର୍ଯ୍ୟକ୍ରମରେ ସମନ୍ବିତ ଶିଶୁ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଓ ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ନିଲେଶନ ଉପସ୍ଥିତ ଥିଲେ। ଏହି ଅବସରରେ ପୋର୍ଟାଲ୍‌ର ଭିଡିଓ ଲୋକାର୍ପିତ ହେବା ସହ ନବରଙ୍ଗପୁର, ବୌଦ୍ଧ, ପୁରୀ, କଟକ ଏବଂ ଯାଜପୁର ଆଦି ଜିଲାରେ ଆଶୀର୍ବାଦ ଯୋଜନା ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଦିଆଯାଇଥିଲା। ଏସବୁ ସ୍ଥାନରେ ଜିଲା ଶିଶୁ ସୁରକ୍ଷା ସମିତି ଅଧ୍ୟକ୍ଷ, ଅଭିଭାବକ, ଡିସିପିଓ ଏବଂ ଶିଶୁ ଯତ୍ନ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri