Posted inଖେଳ

ଓଡ଼ିଶା ଦଳର ନେତୃତ୍ୱ ନେବେ ଆଶୀର୍ବାଦ

କଟକ,୭ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ୧୯ବର୍ଷରୁ କମ୍‌ ବାଳକ ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଭିନୁ ମଙ୍କଡ ଟ୍ରଫି ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ଏଥି ପାଇଁ ଓଡିଶା କ୍ରିକେଟ ଆଶୋସିଏଶନ ପକ୍ଷରୁ ରାଜ୍ୟ ଦଳ ଘୋଷଣା କରାଯାଇଛି। ଶୁକ୍ରବାର ଓସିଏ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ଜୁନିୟର ଦଳ ଚୟନ କମିଟି ଅଧ୍ୟକ୍ଷ ପ୍ରଭଞ୍ଜନ ମଲ୍ଲିକ ଓ ୧୯ବର୍ଷରୁ କମ୍‌ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ନଟରାଜ ବେହେରା ଉପସ୍ଥିତ ରହି ଦଳ ଘୋଷଣା କରିଥିଲେ। ଆଶୀର୍ବାଦ ସ୍ବାଇଁଙ୍କୁ ଦଳର ଅଧିନାୟକ କରାଯାଇଛି। ଅନ୍ୟ ଖେଳାଳିଙ୍କ ମଧ୍ୟରେ ପନକଲ ସସାଙ୍କା, ଶ୍ରେୟାଂଶ ଭରଦ୍ୱାଜ, କରନ ମହାପାତ୍ର, ଗୌରବ କୁମ୍ଭାର, ଦେବାଶିଷ ବାଘ, ଏମ.ଜି ଗୋପାଳ, ବିଶାଲ ପ୍ରିୟଦର୍ଶୀ (ଉଇକେଟ କିପର), ସମ୍ବିତ ବେଜ, ସ୍ବପ ଭୂୟାଁ, ସୟଦ ଟି. ଅହମ୍ମଦ, କିଶୋର ଛେତ୍ରି, ଶୁଭମ ପ୍ରିୟଦର୍ଶୀ, ଶ୍ରୀରାଜ ପଟ୍ଟନାୟକ, ସୌଭାଗ୍ୟ ଓଝା, ରୋହିତ କୁମାର ପ୍ରଧାନ ପ୍ରମୁଖ ଦଳରେ ରହିଛନ୍ତି । ୨୧ଜଣ ଖେଳାଳିଙ୍କୁ ନେଇ ପ୍ରସ୍ତୁତି ଶିବିର ଚାଲିଥିଲା । କେରଳରେ ଅନୁଷ୍ଠିତ ଆମନ୍ତ୍ରଣୀୟ କ୍ରିକେଟ ଟୁର୍ନାମେରେ ଏହି ଖେଳାଳିଙ୍କ ପ୍ରଦର୍ଶନ ଦୃଷ୍ଟିରୁ ଚୂଡାନ୍ତ ୧୬ଜଣିଆ ଦଳ ଘୋଷଣା କରାଯାଇଛି ବୋଲି ସମ୍ମିଳନୀରେ ପ୍ରକାଶ କରାଯାଇଛି। ପୁଡୁଚେରୀରେ ଛତିଶଗଡ ବିପକ୍ଷରେ ଓଡ଼ିଶା ପ୍ରଥମ ମ୍ୟାଚ୍‌ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri