ଆଶିଷ ବିଜେଡିର ଜିଲା ସଭାପତି

କେନ୍ଦୁଝର,୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଜିଲାର ଯୁବନେତା ଆଶିଷ ଚକ୍ରବର୍ତ୍ତୀଙ୍କୁ ବିଜୁ ଜନତା ଦଳର ସଭାପତିଭାବେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଛାତ୍ର ରାଜନୀତିରୁ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଥିବା ଆଶିଷ ଚକ୍ରବର୍ତ୍ତୀ ଜିଲା ଛାତ୍ର ଜନତା ଦଳ ସଭାପତିଭାବେ ସଂଗଠନ ଆରମ୍ଭ କରିଥିଲେ। ପରେ ଯୁବ ଜନତା ଦଳ ସଭାପତି ସହ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ସହ ଜିଲା ସଭାପତି ଭାବରେ ଦାୟିତ୍ୱ ସମ୍ପାଦନ କରିଛନ୍ତି। ୨୦୧୭ରେ ତାଙ୍କ ସଭାପତିତ୍ୱ ସମୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହୋଇ ବିଜୁ ଜନତା ଦଳ ବିପୁଳ ଜନ ସମର୍ଥନ ହାସଲ କରିଥିଲା। ସେ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ମଧ୍ୟ ରହିଥିଲେ। ଦୀର୍ଘ ସମୟ ଧରି ଜିଲା ଓକିଲ ସଙ୍ଘର ସଭାପତି ଦାୟିତ୍ୱ ନିର୍ବାହ କରିବା ସହିତ ଏବେ ଜିଲା ପରିଷଦ ସଦସ୍ୟ ରହିଛନ୍ତି। ଜଣେ ଓଜସ୍ବିନୀ ବକ୍ତା ଓ ସଂଗଠକ ଭାବେ ତାଙ୍କର ସୁନାମ ରହିଥିବା ବେଳେ ତାଙ୍କୁ ପୁନର୍ବାର ଏହି ଦାୟିତ୍ୱ ମିଳିଥିବାରୁ ଜିଲାର ବିଜୁ ଜନତା ଦଳ କର୍ମୀମାନେ ଆନନ୍ଦ ପ୍ରକାଶ କରିଛନ୍ତି। ଏବେ କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀର ବିଧାୟକ ମୋହନ ଚରଣ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ଅଛନ୍ତି। ଏହାକୁ ନେଇ ଭାରତୀୟ ଜନତା ପାର୍ଟିର କର୍ମୀମାନେ ଉତ୍ସାହିତ ଥିବା ବେଳେ ଏହି ନୂତନ ଦାୟିତ୍ୱ ଆଶିଷଙ୍କ ପାଇଁ ଅଗ୍ନି ପରୀକ୍ଷା ସଦୃଶ ହେବ। ତେବେ ଦଳକୁ ତୃଣମୂଳ ସ୍ତରରେ ସଂଗଠିତ କରିବା ସହିତ କର୍ମୀ ଓ ନେତାଙ୍କ ମଧ୍ୟରେ ସମନ୍ବୟ ରଖାଯିବାକୁ ସେ ଗୁରୁତ୍ୱ ଦେବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri