୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର ହେଉଥିଲା। ମଝିରେ ମଝିରେ ଆଶିଷ ପାର୍ଟ ଟାଇମ କାମ ଭାବେ ଏକ ବିବାହ ମଣ୍ଡପରେ କ୍ୟାଟରିଂ ବୟ କାମ କରୁଥିଲେ। ଗତ ୪ ତାରିଖରେ କ୍ୟାଟରିଂ କାମ ସାରି ସାଙ୍ଗ ତଥା ଯାଜପୁର ମଙ୍ଗଳପୁର ଅଞ୍ଚଳର ଜଣେ ଯୁବକଙ୍କ ସହ ବାଇକ୍‌ରେ ଭୁବନେଶ୍ୱର ଭଡ଼ା ଘରକୁ ଫେରିବା ବେଳେ ପୁରୀ ବାଇପାସ ରାସ୍ତା ରେବତୀ ନଗର ନିକଟରେ ଏକ କାର୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସାଙ୍ଗର ମୃତ୍ୟୁ ଘଟିଥିବା ବେଳେ ଆଶିଷ ଗୁରୁତର ଅବସ୍ଥାରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ଆଶିଷଙ୍କୁ ଏସ୍‌ସିବି ମେଡ଼ିକାଲ କଲେଜ, କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟରେ ଉନ୍ନତି ହୋଇ ନ ଥିଲା। ଡାକ୍ତର ୭ ତାରିଖରେ ତାଙ୍କୁ ବ୍ରେନ ଡେଡ ଘୋଷଣା କରିଥିଲେ। ଏହାପରେ ସେଠାରେ ରହୁଥିବା ତାଙ୍କର ଜଣେ ସମ୍ପର୍କୀୟ ଭଉଣୀ ଅଙ୍ଗଦାନ କରିବା ପାଇଁ ଆଶିଷଙ୍କ ପରିବାର ଲୋକଙ୍କୁ ବୁଝାଇଥିଲେ। ଏହାପରେ ପରିବାର ଲୋକ ଇଚ୍ଛା ପ୍ରକାଶ କରିବା ପରେ ଗତ ୧୦ ତାରିଖରେ ଆଶିଷଙ୍କ ଲିଭର୍‌(ଯକୃତ) ଓ କିଡନୀ(ବୃକକ୍‌) ୩ ଜଣଙ୍କୁ ପ୍ରଦାନ କରାଯାଇଥିଲା। ଫଳରେ ଉକ୍ତ ୩ ଜଣ ନୂଆ ଜୀବନ ପାଇଛନ୍ତି। ଏହାପରେ ପୁରୀ ରେ ଗାର୍ଡ ଅଫ ଅନର ସହ ଆଶିଷଙ୍କ ଅନ୍ତିମ ସତ୍କାର କରାଯାଇଛି। ପରିବାର ଲୋକଙ୍କ ଏହିଭଳି ମହତ ନିଷ୍ପତ୍ତି ଖବର ଭଞ୍ଜନଗରରେ ପହଞ୍ଚିବା ପରେ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri