Posted inଜାତୀୟ

ଆଶିଷଙ୍କ ଜାମିନ ମାମଲା, ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୪ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଜାମିନ ନେଇ ସୁପ୍ରିମ୍‌କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ତାଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟର ସ୍ବତନ୍ତ୍ର ଖଣ୍ଡପୀଠ ମଙ୍ଗଳବାର ଏଭଳି କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି ରମନା, ବିଚାରପତି ସୂର୍ଯ୍ୟକାନ୍ତ ଏବଂ ହେମା କୋହଲିଙ୍କ ତେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରୁଛନ୍ତି।

ଗତ ବର୍ଷ ଅକ୍ଟୋବର ୩ ରେ ଲଖୀମପୁର ଖେରୀରେ ଏହି ଘଟଣା ଘଟିଥିଲା। ଏହା ପୂବରୁ କୋର୍ଟ କହିଥିଲେ ଯେ କୋର୍ଟଙ୍କ ଦ୍ୱାରା ଗଠିତ କମିଟି ଆଶିଷ ମିଶ୍ରଙ୍କ ଜାମିନ ଖାରଜ କରିବାକୁ ମଧ୍ୟ ସୁପାରିଶ କରିଛନ୍ତି। ଲଖୀମପୁର ଖେରୀ ଘଟଣା ଉପରେ ନଜର ରଖିବା ପାଇଁ ଏହି କମିଟି ଗଠନ କରାଯାଇଥିଲା। ଏଥିସହ ସୁପ୍ରିମକୋର୍ଟ ମଧ୍ୟ ଆଶିଷ ମିଶ୍ରଙ୍କ ଜାମିନ ଖାରଜ ନକରି ଥିବାରୁ ୟୁପି ସରକାରଙ୍କୁ ସମାଲୋଚନା କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନା ୟୁପି ସରକାରଙ୍କ ଆଇନଜୀବୀଙ୍କୁ କହିଥିଲେ, ଲଖୀମପୁର ମାମଲାର ଯାଞ୍ଚ କରୁଥିବା ବିଚାରପତି ଜାମିନ ନାମଞ୍ଜୁର କରିବାକୁ ପରାମର୍ଶ ଦେଇଛନ୍ତି। ଏହା ପରେ ମଧ୍ୟ କାହିଁକି ଏପରି କରାଯାଇ ନ ଥିଲା ବୋଲି ପ୍ରଧାନ ବିଚାରପତି ପ୍ରଶ୍ନ କରିଥିଲେ। ମାର୍ଚ୍ଚ ୧୬ ରେ ଆଶିଷ ମିଶ୍ରଙ୍କ ଜାମିନ ଖାଜର ଦାବିରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ନୋଟିସ ଜାରି କରିଥିଲେ।

ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଗଠିତ ବେଞ୍ଚ କହିଥିଲେ ଯେ ସମସ୍ତ ସାକ୍ଷୀଙ୍କୁ ରାଜ୍ୟ ସରକାର ସୁରକ୍ଷା ଯୋଗାଇ ଦିଅନ୍ତୁ। ରାଜ୍ୟ ସରକାର ସାକ୍ଷୀମାନଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଦେଉନାହାଁନ୍ତି ବୋଲି ଅଭିଯୋଗ ପରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଥିଲେ। ଏହି କାରଣରୁ ଆଶିଷ ଜାମିନରେ ଆସିବା ପରେ ଜଣେ ସାକ୍ଷୀଙ୍କୁ ଆକ୍ରମଣ କରାଯାଇଥିଲା।

ଏହାକୁ ଭୁଲ ବୋଲି କହି ରାଜ୍ୟ ସରକାର କହିଥିଲେ ଯେ ୯୮ ସାକ୍ଷୀଙ୍କୁ ସୁରକ୍ଷା ଦିଆଯାଇଛି। ଯେଉଁ ସାକ୍ଷୀଙ୍କ ଉପରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି ତାହା ହେଉଛି ହୋଲି ରଙ୍ଗ କରିବା ସମୟରେ ବିବାଦ ମାମଲା। ଗତ ବର୍ଷ ଅକ୍ଟୋବର ୩ ରେ ଉତ୍ତରପ୍ରଦେଶର ଲଖମୀପୁର ଖେରୀରେ କୃଷି ଆଇନକୁ ବିରୋଧ କରୁଥିବା ଚାଷୀଙ୍କ ଉପରେ ଏକ ଗାଡି ଚଲାଯାଇଥିଲା। ଏହି କାରଣରୁ କିଛି ଚାଷୀଙ୍କ ମୃତୂ୍ୟ ଘଟିଥିଲା। ଏହି ମାମଲା ସୁପ୍ରିମକୋର୍ଟରେ ଆସିଥିଲା। ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କୁ ଗିରଫ ନକରିବା ନେଇ କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହା ପରେ ପୋଲିସ ସକ୍ରିୟ ହୋଇ କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ଗିରଫ କରିଥିଲା। ଚଳିତ ବର୍ଷ ଫେବୃଆରୀ ୧୦ରେ ଆହ୍ଲାବାଦ ହାଇକୋର୍ଟ ଆଶିଷଙ୍କୁ ଜାମିନରେ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବରିଷ୍ଠ ଆଇନଜୀବୀ ଦୁଶାନ୍ତ ଦୁବେ ଏବଂ ଓକିଲ ପ୍ରଶାନ୍ତ ଭୂଷଣଙ୍କ ଦ୍ୱାରା ମୃତ କୃଷକଙ୍କ ପରିବାର ସୁପ୍ରିମକୋର୍ଟରେ ଅଭିଯୁକ୍ତଙ୍କ ଜାମିନ ଖାରଜ କରିବାକୁ ଦାବି କରାଯାଇ ଥିଲା।

ଅଭିଯୋଗ ହୋଇଥିଲା ଯେ ଜାମିନ ପ୍ରଦାନ ବେଳେ ହାଇକୋର୍ଟ ଅପରାଧର ଗୁରୁତ୍ୱକୁ ବିଚାରକୁ ନେଇନାହାଁନ୍ତି। ରାଜ୍ୟ ସରକାର ଏହା ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିବା ଉଚିତ। କିନ୍ତୁ ତାହା ମଧ୍ୟ କରାଯାଇ ନାହିଁ। ପୂର୍ବରୁ ୟୁପି ସରକାର ଏକ ଜବାବ ଦାଖଲ କରି ସମସ୍ତ ଅଭିଯୋଗକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?