Posted inଜାତୀୟ

ଆଶିଷଙ୍କ ବନ୍ଧୁକରୁ ହୋଇଥିଲା ଫାୟାରିଂ…

ଲକ୍ଷ୍ନୌ,୯।୧୧: ଅକ୍ଟୋବର ୩ରେ, ଲଖିମପୁର ଖେରିରେ କୃଷକମାନେ ଏକ କାର୍‌ ଦ୍ୱାରା ଚାପି ହୋଇଯିବା ଘଟଣାରେ ଏକ ନୂଆ ପର୍ଦ୍ଦାଫାଶ୍‌ ହୋଇଛି। ଏହି ମାମଲାରେ ଫୋରେନ୍ସିକ ଲ୍ୟାବ୍‌ର ରିପୋର୍ଟରେ ଦର୍ଶାଯାଇଛି ଯେ ଏହି ଦଙ୍ଗା ସମୟରେ ଘଟିଥିବା ଗୁଳି ବିନିମୟରେ କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ବନ୍ଧୁକ ବ୍ୟବହୃତ ହୋଇଥିଲା। ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଅନୁସନ୍ଧାନକାରୀ ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ଅନୁଚିତ। ଏହି ହିଂସାରେ ୪ ଜଣ କୃଷକଙ୍କ ସମେତ ଆଠ ଜଣଙ୍କର ମୃତ୍ୟୁ ଘଟିଛି।

ରିପୋର୍ଟରେ ଏହା ନିଶ୍ଚିତ ହୋଇଛି ଯେ ବିଶୃଙ୍ଖଳା ସମୟରେ ଆଶିଷ ମିଶ୍ରଙ୍କ ରିଭଲଭର ଏବଂ ତାଙ୍କ ବନ୍ଧୁ ଅଙ୍କିତ ଦାସଙ୍କ ରିପିଟର୍‌ ବନ୍ଧୁକ ଏବଂ ପିସ୍ତଲ ଦ୍ୱାରା ଫାୟାରିଂ କରାଯାଇଥିଲା। ବର୍ତ୍ତମାନ ଉଭୟ ଅଭିଯୁକ୍ତ ଲଖିମପୁର ଖେରି ଜିଲା ଜେଲରେ ଅଛନ୍ତି।

ଏଏସପି ଅରୁଣ କୁମାର ସିଂ କହିଛନ୍ତି ଯେ ତଦନ୍ତ ପାଇଁ ପଠାଯାଇଥିବା ମାମଲା ସହ ଜଡିତ ପ୍ରମାଣର ରିପୋର୍ଟ ଆସିବା ଆରମ୍ଭ ହୋଇଛି। ଯାହା ଉପରେ ଆଧାର କରି ଅଧିକ ଅନୁସନ୍ଧାନ କରାଯିବ।

ସୋମବାର ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ବେଳେ କହିଥିଲେ ଯେ ଏହି ହିଂସା ଘଟଣାରେ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସଆଇଟି)ର ତଦାରଖ ପାଇଁ ୟୁପି ସରକାର ଗଠନ କରିଥିବା ନ୍ୟାୟିକ କମିଶନଙ୍କ ଉପରେ ବିଶ୍ୱାସ ନାହିଁ। ଏସଆଇଟି ଅନୁସନ୍ଧାନର ସ୍ଥିତି ରିପୋର୍ଟକୁ ନେଇ କୋର୍ଟ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରଥିଲେ। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ଅନୁସନ୍ଧାନରେ ସ୍ବତନ୍ତ୍ରତା ଏବଂ ନିରପେକ୍ଷତା ପାଇଁ ଅନ୍ୟ ରାଜ୍ୟ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ମନିଟରିଂ କରାଯିବା ଉଚିତ। ନଭେମ୍ବର ୧୨ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସ୍ଥିର ହୋଇଛି।

ପ୍ରଧାନ ବିଚାରପତି ଏନ.ଭି. ରମନା, ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ହିମା କୋହଲିଙ୍କୁ ନେଇ ଗଠିତ ସର୍ବୋଚ୍ଚ ଅଦାଲତର ଖଣ୍ଡପୀଠ ମଧ୍ୟ ସ୍ଥିତି ରିପୋର୍ଟ ସହିତ ତଦନ୍ତର ମନ୍ଥର ଗତି ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖଣ୍ଡପୀଠ କହିଛନ୍ତି ଯେ, ଜଣେ ନିର୍ଦ୍ଦିଷ୍ଟ ଅଭିଯୁକ୍ତକୁ ବଞ୍ଚାଇବା ପାଇଁ ପ୍ରମାଣ ସଂଗ୍ରହ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri