Posted inଜାତୀୟ

ଲଶ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୧୪।୫: ଜମ୍ମୁ-କଶ୍ମୀରରେ ଭାରତୀୟ ସେନାକୁ ଏକ ବଡ଼ ସଫଳତା ମିଳିଛି। ଶନିବାର ଲଶ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏହି ଆତଙ୍କବାଦୀ ଜମ୍ମୁ-କଶ୍ମୀରର ରଫିଆବାଦ ଓ ସୋପୋରେ ଅଞ୍ଚଳରେ ଥିବା ସୁରକ୍ଷାକର୍ମୀ ଓ ଭିଆଇପିଙ୍କୁ ଟାର୍ଗେଟ କରିବା ପାଇଁ ଯୋଜନା କରୁଥିଲେ। ଗିରଫ ହୋଇଥିବା ଆତଙ୍କବାଦୀ ହନ୍ଦଓ୍ବାଡାର ରିଜଓ୍ବାନ ଶଫୀ ଲୋନ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ସ୍ବତନ୍ତ୍ର ଇନପୁଟର ସୂଚନା ପରେ ରଫିଆବାଦ ସେନା ଓ ପୋଲିସ ମିଶି ରୋହାମାରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ଅପରେଶନ୍‌ ସମୟରେ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି ବୋଲି ଭାରତୀୟ ସେନା ପକ୍ଷରୁ ଏକ ସରକାରୀ ବୟାନରେ କୁହାଯାଇଛି। ତାଙ୍କ ନିକଟରୁ ଗୋଳା ବାରୁଦ ସହିତ ଏକ ବନ୍ଧୁକ ମଧ୍ୟ ଜବତ କରାଯାଇଛି। ଏହି ଆତଙ୍କବାଦୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା(ଏଲ୍‌ଇଟି) ପାଇଁ କାମ କରୁଥିଲେ ବୋଲି ସେନା ପକ୍ଷରୁ କୁହାଯାଇଛି। ଏଥିସହ ରଫିଆବାଦ-ସୋପୋର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଭିିଆଇପିଙ୍କ ଉପରେ ଆକ୍ରମଣ ଏବଂ ହତ୍ୟା କରିବାକୁ ଯୋଜନା କରିଥିଲେ। ଗିରଫ ଆତଙ୍କବାଦୀଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଛି। ସୂଚନା ମୁତାବକ, ଆତଙ୍କବାଦୀଙ୍କ ସନ୍ଧାନରେ ସୁରକ୍ଷାକର୍ମୀ ଲଗାତର ଘାଟିରେ ସର୍ଚ୍ଚ ଅପରେଶନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri