Posted inଖେଳ

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ ଭାବେ ଚର୍ଚ୍ଚାର ବିଷୟ। ପାକିସ୍ତାନ କ୍ରିକେଟ୍ ଟିମ୍‌ର ବୋଲିଂ କୋଚ୍ ଏସଲି ନୋଫକେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପାକିସ୍ତାନ କ୍ରିକେଟ୍‌ରୁ ଅଲଗା ହେବା ପରେ ସେ ନେଦରଲାଣ୍ଡ୍ସ କ୍ରିକେଟ୍ ଟିମ୍‌ର ହେଡ୍ କୋଚ୍ ଭାବେ ଦାୟିତ୍ୱ ନେବେ।

୨୦୨୬ ଏସିଆନ୍ ଗେମ୍ସ ପରେ ନୋଫକେ ପାକିସ୍ତାନ ଟିମ୍‌ର ଦାୟିତ୍ୱ ଛାଡ଼ିବେ। ତାଙ୍କ କଣ୍ଟ୍ରୋକ୍ଟ ଜୁନ୍ ୨୦୨୭ ପର୍ଯ୍ୟନ୍ତ ଥିଲା। କିନ୍ତୁ ଏହା ପୂର୍ବରୁ ସେ ପାକିସ୍ତାନ କ୍ରିକେଟ୍ ବୋର୍ଡ ସହ ସମ୍ପର୍କ ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନୋଫକେ ମେ’ ୨୦୨୫ରେ PCB ସହ ଯୋଡ଼ି ହୋଇଥିଲେ । ଏସଲି ନୋଫକେ ଆଗାମୀ ଦୁଇ ବର୍ଷ ପାଇଁ ନେଦରଲାଣ୍ଡ୍ସ ପୁରୁଷ କ୍ରିକେଟ୍ ଟିମ୍‌ର ହେଡ୍ କୋଚ୍ ଦାୟିତ୍ୱ ସମ୍ଭାଳିବେ। ନେଦରଲାଣ୍ଡ୍ସ ବୋର୍ଡର ରିଲିଜ୍‌ ଅନୁସାରେ, ନୋଫକେ କହିଛନ୍ତି ଯେ ଡଚ୍‌ ପୁରୁଷ ଟିମ୍‌ ସହ କାମ କରିବାକୁ ସେ ଉତ୍ସାହିତ। ଦଳରେ ପ୍ରତିଭାବାନ ଓ ପ୍ରେରଣାଦାୟୀ ଖେଳାଳି ଅଛନ୍ତି ଏବଂ ଟିମ୍‌ର ବିକାଶକୁ ଆଗକୁ ନେବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଛନ୍ତି।

ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଏସଲି ନୋଫକେ ନିଜ ଅନ୍ତର୍ଜାତୀୟ କ୍ୟାରିୟରରେ ଗୋଟିଏ ଦିନିକିଆ ଏବଂ ଦୁଇଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି । ଗୋଟିଏ ଦିନିକିଆରେ ସେ ଗୋଟିଏ ୱିକେଟ୍ ନେଇଥିବା ବେଳେ ଦୁଇଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ମୋଟ ୪ଟି ୱିକେଟ୍ ହାସଲ କରିଥିଲେ। ୨୦୦୭ ଡିସେମ୍ବରରେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ୨୦୦୮ ଫେବ୍ରୁଆରୀରେ ସେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?