Posted inଜାତୀୟ

ଭାଜପାରେ ସାମିଲ ହେଲେ ଅଶୋକ ଚଭନ୍‌, କିନ୍ତୁ ପ୍ରଥମ ଇଚ୍ଛା ରହିଗଲା ଅଧୁରା

ପୁଣେ,୧୩।୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ତାଙ୍କର ପ୍ରଥମ ଇଚ୍ଛା ପୂରଣ ହୋଇ ପାରି ନାହିଁ। ଆଲୋଚନା ହେଉଛି କି ଅଶୋକ ଦିଲ୍ଲୀରେ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପାରେ ଯୋଗଦେବାକୁ ଚାହୁଁଥିଲେ। କିନ୍ତୁ ତାଙ୍କ ଏ ସ୍ବପ୍ନ ପୂରଣ ହୋଇ ନ ଥିଲା। ସେ ମୁମ୍ବାଇରେ ହିଁ ଭାଜପାରେ ସାମିଲ ହୋଇଥିଲେ।
ମୁମ୍ବାଇର ଭାଜପା କାର୍ଯ୍ୟାଳୟରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ରାଜ୍ୟ ଦଳର ମୁଖ୍ୟ ଚନ୍ଦ୍ରଶେଖର ବାୱାନକୁଲଙ୍କ ଉପସ୍ଥିତିରେ ଅଶୋକ ଚଭନ୍‌ଙ୍କୁ ଦଳର ସଦସ୍ୟତା ପ୍ରଦାନ କରାଯାଇଥିଲା। ଏହାପୂର୍ବରୁ ଅଶୋକ ସୋମବାର ହଠାତ୍‌ କଂଗ୍ରେସରୁ ଇସ୍ତଫା ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ସେ ବିଧାନସଭାରୁ ମଧ୍ୟ ଇସ୍ତଫା ଦେଇଥିଲେ। ସେବେଠାରୁ ସେ ଭାରତୀୟ ଜନତା ପାର୍ଟିରେ ଯୋଗଦେବେ ବୋଲି କଳ୍ପନାଜଳ୍ପନା ଚାଲିଥିଲା।
ସୂଚନାନୁସାରେ, ଆସନ୍ତାକାଲି ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ଅଶୋକ ନାମାଙ୍କନପତ୍ର ଦାଖଲ କରିବେ। ଭାରତୀୟ ଜନତା ପାର୍ଟି ତାଙ୍କୁ ମହାରାଷ୍ଟ୍ରରୁ ରାଜ୍ୟ ସଭାକୁ ପଠାଇବାକୁ ପ୍ରସ୍ତୁତ ହେଉଛନ୍ତି।
ଏଥି ସହିତ ଅଶୋକ କଂଗ୍ରେସ ଛାଡିବା ନିଷ୍ପତ୍ତି ଉପରେ କହିଛନ୍ତି, କଂଗ୍ରେସ ଦଳ ଛାଡିବା ନିଷ୍ପତ୍ତି ନେବା ମୋ ପକ୍ଷେ ସହଜ ନ ଥିଲା। ଏହା ଗୋଟିଏ ଦିନରେ ନିଆଯାଇଥିବା ନିଷ୍ପତ୍ତି ନୁହେଁ। ଏହା ସତ୍ୟ ଯେ କଂଗ୍ରେସ ପାର୍ଟି ମୋତେ ବହୁତ କିଛି ଦେଇଛି, କେହି ଏହାକୁ ଅସ୍ବୀକାର କରିପାରିବେ ନାହିଁ ଯେ ପର୍ଯ୍ୟନ୍ତ ମୁଁ ଦଳରେ ଥିଲି, ମୁଁ ମଧ୍ୟ ଦଳ ପାଇଁ ବହୁତ କିଛି କରିଥିଲି।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri