Posted inଖେଳ

କ୍ରିକେଟକୁ ଅଲବିଦା କହିଲେ ଅଶୋକ ଦିଣ୍ଡା

କୋଲକାତା, ୩।୨ -ଭେଟେରାନ ପେସର ଆଶୋକ ଦିଣ୍ଡା ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦେଢ ଦଶନ୍ଧିର ଲମ୍ବା କ୍ରିକେଟ କ୍ୟାରିୟରରେ ପୂର୍ଣ୍ଣଛେଦ ପଡ଼ିଛି। ଏହି ୩୬ ବର୍ଷୀୟ କ୍ରିକେଟର ଭାରତ ତରଫରୁ ୧୩ ଅନ୍ତର୍ଜାତୀୟ ଦିନିକିଆ ଓ ୯ ଅନ୍ତର୍ଜାତୀୟ ଟି୨୦ ଖେଳିଥିଲେ।

୨୦୧୯-୨୦ରେ ଗୋଟିଏ ରଣଜୀ ଟ୍ରଫି ମ୍ୟାଚ ଖେଳିବା ପରେ କୌଣସି କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି ସେ ସିଜନ ପ୍ରାରମ୍ଭରୁ ଗୋଆ ପଳାଇଥିଲେ। ଗୋଆ ଦଳ ତରଫରୁ ସେ ସୟେଦ ମୁସ୍ତାକ ଅଲି ଟ୍ରଫିର ତିନୋଟି ମ୍ୟାଚ ଖେଳିଥିଲେ। କ୍ରିକେଟ ପାଇଁ ଶରୀର ତାଙ୍କୁ ଅନୁମତି ଦେଉ ନ ଥିବା ହୃଦୟଙ୍ଗମ ହେବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଗୋଆ କ୍ରିକେଟ ଆସୋସିଏଶନକୁ ଇ-ମେଲ ଜରିଆରେ ଜଣାଇ ଦେଇଛନ୍ତି। ଦିଣ୍ଡା ୨୦୦୫-୦୬ ସିଜନରେ ପୁଣେଠାରେ ମହାରାଷ୍ଟ୍ର ବିପକ୍ଷରେ ତାଙ୍କ ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିଲେ।

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ଦିଲ୍ଲୀ ଡେୟାର ଡେଭିଲ୍ସ, କୋଲକାତା ନାଇଟ ରାଇଡର୍ସ, ପୁଣେ ଓ୍ବାରିୟର୍ସ, ରାଇଜିଂ ପୁଣେ ସୁପରଜିଆଣ୍ଟ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ତରଫରୁ ଖେଳିଛନ୍ତି। ଦିଣ୍ଡା ୭୮ ଆଇପିଏଲ୍‌ ମ୍ୟାଚରେ ୬୮ ଉଇକେଟ ଅକ୍ତିଆର କରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ ରେଟ୍‌ ୨୨.୨୦ ରହିଥିବାବେଳେ ଇକୋନୋମି ରେଟ୍‌ ୮.୨୨ ରହିଛି। ତାଙ୍କ ଶ୍ରେଷ୍ଠ ବୋଲିଂ ଫିଗର ୪/୧୮ ରହିଥିଲା। ୧୧୬ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିବା ଦିଣ୍ଡାଙ୍କ ନାମରେ ରହିଛି ୪୨୦ ଉଇକେଟ। ପୂର୍ବତନ ବାମହାତୀ ସ୍ପିନର ଉତ୍ପଳ ଚାଟାର୍ଜୀଙ୍କ ପରେ ସେ ବେଙ୍ଗଲ ପାଇଁ ଦ୍ୱିତୀୟ ସର୍ବାଧିକ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri