Posted inଖେଳ

କ୍ରିକେଟକୁ ଅଲବିଦା କହିଲେ ଅଶୋକ ଦିଣ୍ଡା

କୋଲକାତା, ୩।୨ -ଭେଟେରାନ ପେସର ଆଶୋକ ଦିଣ୍ଡା ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦେଢ ଦଶନ୍ଧିର ଲମ୍ବା କ୍ରିକେଟ କ୍ୟାରିୟରରେ ପୂର୍ଣ୍ଣଛେଦ ପଡ଼ିଛି। ଏହି ୩୬ ବର୍ଷୀୟ କ୍ରିକେଟର ଭାରତ ତରଫରୁ ୧୩ ଅନ୍ତର୍ଜାତୀୟ ଦିନିକିଆ ଓ ୯ ଅନ୍ତର୍ଜାତୀୟ ଟି୨୦ ଖେଳିଥିଲେ।

୨୦୧୯-୨୦ରେ ଗୋଟିଏ ରଣଜୀ ଟ୍ରଫି ମ୍ୟାଚ ଖେଳିବା ପରେ କୌଣସି କାରଣରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି ସେ ସିଜନ ପ୍ରାରମ୍ଭରୁ ଗୋଆ ପଳାଇଥିଲେ। ଗୋଆ ଦଳ ତରଫରୁ ସେ ସୟେଦ ମୁସ୍ତାକ ଅଲି ଟ୍ରଫିର ତିନୋଟି ମ୍ୟାଚ ଖେଳିଥିଲେ। କ୍ରିକେଟ ପାଇଁ ଶରୀର ତାଙ୍କୁ ଅନୁମତି ଦେଉ ନ ଥିବା ହୃଦୟଙ୍ଗମ ହେବାରୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଗୋଆ କ୍ରିକେଟ ଆସୋସିଏଶନକୁ ଇ-ମେଲ ଜରିଆରେ ଜଣାଇ ଦେଇଛନ୍ତି। ଦିଣ୍ଡା ୨୦୦୫-୦୬ ସିଜନରେ ପୁଣେଠାରେ ମହାରାଷ୍ଟ୍ର ବିପକ୍ଷରେ ତାଙ୍କ ପ୍ରଥମ ଶ୍ରେଣୀ ପଦାର୍ପଣ କରିଥିଲେ।

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସେ ଦିଲ୍ଲୀ ଡେୟାର ଡେଭିଲ୍ସ, କୋଲକାତା ନାଇଟ ରାଇଡର୍ସ, ପୁଣେ ଓ୍ବାରିୟର୍ସ, ରାଇଜିଂ ପୁଣେ ସୁପରଜିଆଣ୍ଟ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ତରଫରୁ ଖେଳିଛନ୍ତି। ଦିଣ୍ଡା ୭୮ ଆଇପିଏଲ୍‌ ମ୍ୟାଚରେ ୬୮ ଉଇକେଟ ଅକ୍ତିଆର କରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ ରେଟ୍‌ ୨୨.୨୦ ରହିଥିବାବେଳେ ଇକୋନୋମି ରେଟ୍‌ ୮.୨୨ ରହିଛି। ତାଙ୍କ ଶ୍ରେଷ୍ଠ ବୋଲିଂ ଫିଗର ୪/୧୮ ରହିଥିଲା। ୧୧୬ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିବା ଦିଣ୍ଡାଙ୍କ ନାମରେ ରହିଛି ୪୨୦ ଉଇକେଟ। ପୂର୍ବତନ ବାମହାତୀ ସ୍ପିନର ଉତ୍ପଳ ଚାଟାର୍ଜୀଙ୍କ ପରେ ସେ ବେଙ୍ଗଲ ପାଇଁ ଦ୍ୱିତୀୟ ସର୍ବାଧିକ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri