ଭାଜପା ଛାଡ଼ି ପୁଣି ବିଜେଡିକୁ ଫେରିଲେ ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି

ଭୁବନେଶ୍ୱର,୨୭।୮: ଘର ବାହୁଡା କରିଛନ୍ତି ବରି ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି। କିଛିଦିନ ତଳେ ସେ ବିଜେଡି ଚଡି ଭାଜପାରେ ଯୋଗ ଦେଇଥିଲେ। ଯାହାପରେ ବରୀ ରାଜନୀତି ସରଗରମ ହୋଇଉଠିଥିଲା। ସ୍ଥାନୀୟ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକ ଅଶୋକ ଗେଡିଙ୍କୁ ଦଳକୁ ଫେରାଇ ଆଣିବାରେ ସକ୍ଷମ ହୋଇଛନ୍ତି। ମଙ୍ଗଳବାର ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଦଳକୁ ଫେରିଛନ୍ତି।

ଏହି ଅବସରରେ ଦଳର ବରିଷ୍ଠ ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଳିକ କହିଛନ୍ତି ଶାସକ ଦଳ ବିଜେଡି ଭାଙ୍ଗିବାକୁ ଚେଷ୍ଟା କରୁଛି। ଅଶୋକଙ୍କୁ ପ୍ରଲୋଭନ ଓ ବିଭିନ୍ନ ଧମକ ଦିଆଯାଇଥିଲା। ତେବେ ସେ ଆଜି ନିଜ ଘର ବାହୁଡା କରିଛନ୍ତି ଏବଂ ତାଙ୍କ ସହିତ ଅନେକ ସରପଞ୍ଚ ଓ ସମିତି ସଭ୍ୟ ପୁଣି ବିଜେଡିକୁ ଫେରିଛନ୍ତି। ଫଳରେ ଯାଜପୁର ବରୀ ନିର୍ବାଚନ ମଣ୍ଡଳିରେ ଦଳର ଶକ୍ତି ବୃଦ୍ଧି ପାଇଛି ଓ ଯାଜପୁରରେ ଦଳ ସୁସଙ୍ଗଠିତ ହୋଇ ରହିଛି।

ତେବେ ଗତ ୧୬ ତାରିଖରେ ବିଶ୍ୱଙ୍କ ସମର୍ଥିତ ଅଧ୍ୟକ୍ଷ ଗେଡ଼ି ନିଜ ସମର୍ଥିତ ୧୨ଜଣ ସମିତି ସଭ୍ୟାସଭ୍ୟ ଓ ୬ଜଣ ସରପଞ୍ଚଙ୍କୁ ନେଇ ଭାଜପାରେ ଯୋଗଦେଇଥିଲେ। ଏହାପରେ ବରୀ ବିଧାୟକ ବିଶ୍ୱ ନିଜ ସମର୍ଥିତ ଆଗଧାଡ଼ିର ନେତାମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରି ଦଳ ଛାଡ଼ିଥିବା ଜନପ୍ରତିନିଧିମାନଙ୍କୁ ବିଜେଡିକୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri