Posted inଜାତୀୟ

ଗେହଲଟଙ୍କ ନେତା ସୋନିଆ ଗାନ୍ଧୀ ନା ବସୁନ୍ଧରା ରାଜେ: ପାଇଲଟ

ଜୟପୁର,୯।୫: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଅଭିଯୋଗର ଜବାବ ଦେଇଛନ୍ତି। ସେ କହିଛନ୍ତି, ମୁଁ ଧୌଲପୁରରେ ମୁଖ୍ୟମନ୍ତ୍ରୀ  ଗେହଲଟଙ୍କ ଭାଷଣ ଶୁଣିଛି। ଏହା ପରେ ଲାଗୁଛି ଯେ ତାଙ୍କ ନେତା ସୋନିଆ ଗାନ୍ଧୀ ନୁହଁନ୍ତି ବରଂ ବସୁନ୍ଧରା ରାଜେ। ଗୋଟିଏ ପଟେ ଭାଜପା ଆମ ସରକାରକୁ ଖସେଇବାକୁ ଉଦ୍ୟମ କରୁଥିବା କୁହାଯାଉଥିବା ବେଳେ ଅନ୍ୟପଟେ ବସୁନ୍ଧରା ରାଜେ ଆମକୁ ବଞ୍ଚାଇବା କାମ କରୁଛନ୍ତି ବୋଲି କୁହାଯାଇଛି। ଆପଣ କ’ଣ କହିବାକୁ ଚାହୁଁଛନ୍ତି ତାହା ସ୍ପଷ୍ଟ କରିବା ଉଚିତ୍‌।   ଆହୁରି ମଧ୍ୟ  ନିଜର ବିଧାୟକଙ୍କୁ ବିକ୍ରୟ କରିଥିବା ଅଭିଯୋଗ କରିବା ଭୁଲ । ଏହା ବିଧାୟକ ଏବଂ ନେତାଙ୍କ ପ୍ରତି ଅପମାନ। ସେମାନେ କେବଳ ସେହିମାନଙ୍କୁ ବଦନାମ କରୁଛନ୍ତି ଯାହାଙ୍କ ପାଇଁ ସେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି।

ସଚିନ କହିଛନ୍ତି, ରାଜ୍ୟରେ ବ୍ୟାପିଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଏବଂ ଧାରଣା ମଧ୍ୟ ଦେଇଛି। ହେଲେ ଏହା ପରେ ମଧ୍ୟ ସରକାର ଦୁର୍ନୀତି ବିରୋଧରେ କୌଣସି ପଦକ୍ଷେପ ନେଇନାହାଁନ୍ତି। ମୁଖ୍ୟମନ୍ତ୍ରୀ ମୋ ବିରୋଧରେ ଦେଶଦ୍ରୋହ ମାମଲା ପଞ୍ଜିକରଣ କରିବାକୁ ଚେଷ୍ଟା କରିଥିଲେ। ଏହା ପରେ ମଧ୍ୟ ପାର୍ଟିରେ ଅଛି ଏବଂ ଦିଲ୍ଲୀ ଯାଇ ମୁଁ ମୋର ବାର୍ତ୍ତାକୁ ହାଇକମାଣ୍ଡଙ୍କ ଆଗରେ ରଖିଥିଲି। ଯଦି ମୁଁ ଏବଂ କଂଗ୍ରେସର କିଛି ବିଧାୟକ ସରକାରଙ୍କ ବିରୋଧରେ ଷଡଯନ୍ତ୍ର ରଚିଥିବାର  ପ୍ରମାଣ ଅଛି ତେବେ ମୁଖ୍ୟମନ୍ତ୍ରୀ ତାହାକୁ ସାର୍ବଜନୀନ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri