Posted inଜାତୀୟ

ପୁଅଙ୍କୁ ଇଡି ସମନ ହେବା ପରେ କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୦: ବୈଦେଶିକ ମୁଦ୍ରା ଉଲ୍ଲଂଘନ (ଫେମା) ଯାଞ୍ଚରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବଙ୍କୁ ସମନ ଜାରି କରିଛନ୍ତି। ଏହି ପ୍ରସଙ୍ଗରେ କ୍ଷୋଭ ପ୍ରକାଶ କରି ଅଶୋକ ଗେହଲଟ କହିଛନ୍ତି ଯେ, ରାଜସ୍ଥାନରେ ବିକାଶ କାର୍ଯ୍ୟ କରାଇ ନ ଦେବାକୁ ନାହିଁ ଇଡି ପ୍ରତିଦିନ ସମନ ପଠାଉଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ନିଜର ମତ ରଖିଥିଲେ।
ସେ କହିଛନ୍ତି, ଅକ୍ଟୋବର ୨୫ରେ ରାଜସ୍ଥାନର ମହିଳାମାନଙ୍କ ପାଇଁ କଂଗ୍ରେସ ଗ୍ୟାରେଣ୍ଟି ଯୋଜନା ଲଞ୍ଚ କରିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ଆଜି ରାଜସ୍ଥାନ କଂଗ୍ରେସ ସଭାପତି ଗୋବିନ୍ଦ ସିଂ ଜୀ ଦୋଟାସାରାଙ୍କ ଉପରେ ଇଡି ଚଢାଉ ଏବଂ ମୋ ପୁଅ ବୈଭବ ଗେହଲଟଙ୍କୁ ଇଡିରେ ହାଜର ହେବାକୁ କୁହାଯାଇଛି। ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ରାଜସ୍ଥାନରେ ଇଡି ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେଉଛି କାରଣ ରାଜସ୍ଥାନର ମହିଳା, କୃଷକ ଏବଂ ଗରିବ କଂଗ୍ରେସ ଦେଇଥିବା ଗ୍ୟାରେଣ୍ଟିର ଲାଭ ପାଇବାକୁ ଭାଜପା ଚାହୁଁ ନାହିଁ।
ସରକାରୀ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଚାଲିଥିବା ରାଜସ୍ଥାନ ଶିକ୍ଷକ ଯୋଗ୍ୟତା ପରୀକ୍ଷା ୨୦୨୧ର କାଗଜ ଲିକ ମାମଲାରେ ଇଡି କଂଗ୍ରେସ ରାଜ୍ୟ ୟୁନିଟ ସଭାପତି ଗୋବିନ୍ଦ ସିଂ ଦୋଟାସାରା ଏବଂ ସ୍ବାଧୀନ ବିଧାୟକ ଓମ ପ୍ରକାଶ ହୁଡଲାଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା। ଇଡି ଅଧିକାରୀମାନେ ଜୟପୁର ଏବଂ ସିକରରେ ଥିବା ଦୋଟାସରାଙ୍କ ବାସଭବନରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri