ବ୍ୟବସାୟ ସମ୍ପ୍ରସାରଣ କରିବ ଅଶୋକ ଲେଲାଣ୍ଡ

ଭୁବନେଶ୍ୱର,୨୦।୧: ହିନ୍ଦୁଜା ଗ୍ରୁପ୍‌ର ଅଂଶ ତଥା ଦେଶର ଅଗ୍ରଣୀ ବାଣିଜି୍ୟକ ଯାନ ନିର୍ମାତା ଅଶୋକ ଲେଲାଣ୍ଡ ପୂର୍ବ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ତଥା ଭିତ୍ତିଭୂମି ସମ୍ପ୍ରସାରଣ କରିବାକୁ ଲକ୍ଷ୍ୟ ରଖିଛି। ବଜାର ସ୍ଥିତିକୁ ସୁଦୃଢ଼ କରିବା ଏବଂ ଗ୍ରାହକମାନଙ୍କ ନିର୍ଦ୍ଦିଷ୍ଟ ଆବଶ୍ୟକତା ପୂରଣ କରିବା ପାଇଁ କମ୍ପାନୀ ଏହି ପଦକ୍ଷେପ ଗ୍ରହଣ କରିଛି। ଏନେଇ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅଶୋକ ଲେଲାଣ୍ଡ ଲିମିଟେଡ୍‌ର ସଭାପତି (ଏମ୍‌ ଆଣ୍ଡ ଏଚ୍‌ସିଭି) ସଞ୍ଜୀବ କୁମାର ବିସ୍ତୃତଭାବେ ସୂଚନା ଦେଇଛନ୍ତି। ସେ କହିଛନ୍ତି,‘ଓଡ଼ିଶା ଓ ପୂର୍ବ ଭାରତ ଅଶୋକ ଲେଲାଣ୍ଡ ପାଇଁ ଏକ ପ୍ରମୁଖ ବଜାର। ଉନ୍ନତମାନର ଏମ୍‌ଏଚ୍‌ସିଭି ଉତ୍ପାଦ ଏବଂ ସେବା ପ୍ରଦାନ କରିବା ପାଇଁ ଆମେ ପ୍ରତିବଦ୍ଧ ରହିଛୁ ବୋଲି ସେ କହିଛନ୍ତି। ଅନ୍ୟପଟେ ରାଜ୍ୟର ଅର୍ଥନୈତିକ ବିକାଶରେ କମ୍ପାନୀର ଯୋଗଦାନ ରହିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସଞ୍ଜୀବ କୁମାରଙ୍କ ସୂଚନାନୁସାରେ, ଅଶୋକ ଲେଲାଣ୍ଡର ଓଡ଼ିଶାରେ ୫୧ଟି ଆଉଟଲେଟ୍‌ ରହିଛି। କମ୍ପାନୀ ଗ୍ରାହକଙ୍କୁ ସୁଲଭ ଦରରେ ଯାନ ବିକ୍ରୟ କରୁଥିବାବେଳେ ସର୍ଭିସିଂ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି। ଏଥିପାଇଁ କମ୍ପାନୀ ପକ୍ଷରୁ ୧୨ଟି ସର୍ଭିସ୍‌ ଟ୍ରେନିଂ ଷ୍ଟେଶନ ସହ ମୋବାଇଲ୍‌ ସର୍ଭିସିଂ ତଥା ମୋବାଇଲ୍‌ ସର୍ଭିସ୍‌ ଟ୍ରେନିଂ ବ୍ୟବସ୍ଥା ମଧ୍ୟ ରହିଛି। ଭାରିଯାନ ଚାଳକଙ୍କ ବିକାଶ କ୍ଷେତ୍ରରେ କାର୍ଯ୍ୟ କରିଆସୁଥିବା ଏହି କମ୍ପାନୀ ପକ୍ଷରୁୁ ୧୬ଟି ଡ୍ରାଇଭର ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ ମଧ୍ୟ ରହିଛି। ଓଡ଼ିଶାରେ ବ୍ରହ୍ମପୁର, ଛତିଆ, ବଣାଇରେ ଡ୍ରାଇଭିଂ ଇନ୍‌ଷ୍ଟିଚ୍ୟୁଟ୍‌ ରହିଥିବାବେଳେ କେନ୍ଦୁଝରରେ ଖୁବ୍‌ଶୀଘ୍ର ଏକ ଇନ୍‌ଷ୍ଟିଚ୍ୟୁଟ୍‌ ଖୋଲିବ। ଏଏଲ୍‌ କେୟାର ମାଧ୍ୟମରେ ସର୍ଭିସିଂ ସୁବିଧା ଉପଲବ୍ଧ ହେଉଥିବାବେଳେ ୨.୪ଲକ୍ଷ ୟୁଜର୍ସ ଯୋଡ଼ିହୋଇସାରିଛନ୍ତି। ରି-ଏଲରେ ପୁରୁଣାଗାଡ଼ି କିଣାବିକା କରିବା ସହ ଲେକାର୍ଟ ମାଧ୍ୟମରେ ଅନ୍‌ଲାଇନରେ ସ୍ପେୟାର୍‌ ପାର୍ଟସ୍‌ କିଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri