ରାଜନୀତିରେ ହଇଚଇ, ଅମରେଶଙ୍କ ସସ୍‌ପେଣ୍ଡ ପରେ ମୁହଁ ଖୋଲିଲେ…

ଭୁବନେଶ୍ୱର,୨୭।୭: ବିଜେଡିର କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି। ଏହି ଘଟଣାକୁ ନେଇ ଭୁବନେଶ୍ୱର ଜିଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ ବିରୋଧରେ ଜିଲା ସଭାପତି ଭାବେ ଦଳୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲି। ଅମରେଶ ଜେନାଙ୍କୁ ଗିରଫ କରାଯିବା ମାତ୍ରେ ଦଳ ତୁରନ୍ତ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି, ବୋଲି ସେ କହିିଛନ୍ତି।

ଅଶୋକ ଆହୁରି କହିଛନ୍ତି, ବିଜେଡି ସର୍ବଦା ମହିଳାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଆସିଛି। ଏହି ଘଟଣା ଏକ ସ୍ପର୍ଶକାତର ମାମଲା ହୋଇଥିବାରୁ ଦଳୀୟ ଶୃଙ୍ଖଳା କମିଟି ଏହାର ତଦନ୍ତ କରିବ। କର୍ମ ଫଳ ସମସ୍ତଙ୍କୁ ଭୋଗିବାକୁ ପଡ଼ିବ। ସେ ଜୋର ଦେଇ କହିଛନ୍ତି ଯେ, ଅମରେଶ ଜେନାଙ୍କ ନିଲମ୍ବନ ଦଳର ସମ୍ମାନ ଓ ସ୍ଥିତି ଉପରେ କୌଣସି ପ୍ରଭାବ ପକାଇବ ନାହିଁ।  ଆଇନ ନିଜର ବାଟରେ ଚାଲିବ ଏବଂ ବିଜେଡି ନାରୀ ସୁରକ୍ଷା ଓ ନ୍ୟାୟ ପାଇଁ ସବୁବେଳେ ପ୍ରତିଶ୍ରୁତିବଦ୍ଧ, ବୋଲି ସେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଅମରେଶ ଜେନାଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର, ଗର୍ଭନଷ୍ଟ କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ବାଲେଶ୍ୱରରୁ ପୋଲିସ ତାଙ୍କୁ ଗିରଫ କରିଛି। ଏହା ପୂର୍ବରୁ ତାଙ୍କର ୫ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିଲା। ଏହି ଘଟଣା ରାଜ୍ୟ ରାଜନୀତିରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?