ସାଢେ ୪ ଫୁଟ ଉଚ୍ଚ ସିଂହ ମୂର୍ତ୍ତି ଗଢୁଛନ୍ତି ଅଶୋକ

ପୁରୀ ଅଫିସ, ୧୩।୧୦: ଶାରଦୀୟ ଦୁର୍ଗାପୂଜାରେ କାକଟପୁରର ଅଧିଷ୍ଠାତ୍ରୀ ଠାକୁରାଣୀ ମା’ ମଙ୍ଗଳାଙ୍କ ସିଂହବାହିନୀ ବେଶ ପାଇଁ ପୁରୀରେ ଚାଲିଛି ସିଂହ ମୂର୍ତ୍ତି ନିର୍ମାଣ। ପଥୁରିଆ ସାହିର ଜାତୀୟ ପୁରସ୍କାରପ୍ରାପ୍ତ ଶିଳ୍ପୀ ଅଶୋକ କୁମାର ମହାପାତ୍ର ଏହି ମୂର୍ତ୍ତି ନିର୍ମାଣ କରୁଛନ୍ତି। ଗମ୍ଭାରୀ କାଠରେ ସାଢେ ୪ ଫୁଟ ଉଚ୍ଚର ମୂର୍ତ୍ତି ତିଆରି ଚାଲିଛି। ଏ ନେଇ ଅଶୋକ କହିଛନ୍ତି, ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ତାଙ୍କୁ ସେପ୍ଟେମ୍ବର ୧୯ରେ ଅର୍ଡର ମିଳିଥିଲା। ବର୍ତ୍ତମାନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥିରେ ପ୍ରାୟ ସାଢେ ୭ ଶିଫ୍ଟ କାଠ ଲାଗିଛି। ସପ୍ତମୀରେ ଏହି ମୂର୍ତ୍ତି ନେବା ଲାଗି ମନ୍ଦିର ଟ୍ରଷ୍ଟ ବୋର୍ଡ କହିଛି। ସୂଚନାଥାଉ କି, ଅଶୋକ ପ୍ରାୟ ସାଢେ ୩ଫୁଟ ଉଚ୍ଚର ଏକ ବୁଦ୍ଧ ଲୀଳା ମୂର୍ତ୍ତି ପାଇଁ ୨୦୦୩ରେ ଜାତୀୟ ପୁରସ୍କାର ପାଇଥିଲେ, ଯାହା ଏବେ କାନାଡ଼ା ମ୍ୟୁଜିୟମ୍‌ରେ ଶୋଭା ପାଉଛି। କେବଳ ଏହି ଗୋଟିଏ ନୁହେଁ ସେ ଏକାଧିକ ପୁରସ୍କାର ଏବଂ ସମ୍ମାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri