ବିପୁଳ ଟଙ୍କା ଧରି ଓମାନରେ ଅଶ୍ରଫ୍‌ ଗନି

କାବୁଲ, ୧୬।୮: ତାଲିବାନ ଆତଙ୍କବାଦୀମାନେ ରବିବାର କାବୁଲରେ ପ୍ରବେଶ କରିବା ପରେ ଆଫଗାନିସ୍ତାନର ରାଷ୍ଟ୍ରପତି ଅଶ୍ରଫ ଗନି ନିଜ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ି ପଳାଇଯାଇଛନ୍ତି। ପ୍ରଥମେ ସେ ତାଜିକିସ୍ତାନ ଯାଇଥିଲେ। ତେବେ ସେଠାରେ ତାଙ୍କ ବିମାନକୁ ଅବତରଣ ଅନୁମତି ନ ମିଳିବାରୁ ଗନି ଓମାନ ଯାଇଥିବା ଜଣାପଡ଼ିଛି। ସେଠାରୁ ସେ ଆମେରିକା ଯାଇପାରନ୍ତି। ଗନିଙ୍କ ସହ ପୂର୍ବତନ ଏନ୍‌ଏସ୍‌ଏ ମୋହିବ ଓମାନରେ ପହଞ୍ଚତ୍ଛନ୍ତି। ରକ୍ତପାତ ନ ହେବା ପାଇଁ ସେ ଦେଶ ଛାଡ଼ିଲେ ବୋଲି ଗନି ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।

କାବୁଲସ୍ଥିତ ରୁଷିଆ ଦୂତାବାସର ସୂଚନା ଅନୁଯାୟୀ ରାଷ୍ଟ୍ରପତି ଗନି ୪ଟି କାର, ଗୋଟିଏ ହେଲିକପ୍ଟର ଏବଂ ବିପୁଳ ପରିମାଣର ଅର୍ଥ ନେଇ ପଳାଇଯାଇଛନ୍ତି। ରୁଷିଆ ଦୂତାବାସ ମୁଖପାତ୍ର ନିକିତା ଇଶେଙ୍କୋଙ୍କ କହିବା ଅନୁଯାୟୀ ୪ଟି କାର ଏବଂ ହେଲିକପ୍ଟରରେ ବିପୁଳ ଆଫଗାନ ମୁଦ୍ରା ଭର୍ତ୍ତିହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri