ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ମ୍ୟାଲେରିଆ ବ୍ୟାପିବାରେ ଲାଗିଛି। ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ରାୟଗଡ଼ା ବ୍ଲକ୍‌ ଅତଡାସ୍ଥିତ ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ୪ର୍ଥ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଲେ କାରୁବାଇ ପଞ୍ଚାୟତ ଅନ୍ତର୍ଗତ ବଡକାଶିପାଡୁ ଗ୍ରାମର ଜୋହନ କଣ୍ଡାଗରୀଙ୍କ ପୁଅ ଜୟସେନ କଣ୍ଡାଗରି(୯)।

ଅନ୍ୟପକ୍ଷେ ସପ୍ତାହକ ମଧ୍ୟରେ ମ୍ୟାଲେରିଆରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା ପ୍ରଶାସନର ଚିନ୍ତାକୁ ଦ୍ବିଗୁଣିତ କରିଛି। ଗତ ୭ ତାରିଖରେ କୋଲନରା ବ୍ଲକ୍‌ ସୁରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ଚନ୍ଦୁ ଉଲ୍ଲାକାଙ୍କ ମ୍ୟାଲେରିଆରେ ମୃତ୍ୟୁ ହୋଇଥିଲା।

ସୂଚନା ଅନୁଯାୟୀ, ଜୟସେନ ଅତଡାସ୍ଥିତ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢୁଥିଲେ। ଗାଁରେ ଖରା ଛୁଟି କଟାଇ ଗତ ମାସ ୨୯ ତାରିଖରେ ଜୟସେନ ବିଦ୍ୟାଳୟକୁ ଆସିଥିଲେ। ହଷ୍ଟଲରେ ରହୁଥିବା ବେଳେ ଗତ ୫ ତାରିଖରେ ତାଙ୍କୁ ଜ୍ୱର ହୋଇଥିଲା। ହଷ୍ଟଲ ମେଟ୍ରୋନ ଏବଂ ସ୍କୁଲ କର୍ତ୍ତୃପକ୍ଷ ଜୟସେନଙ୍କୁ ଜେମାଦେଇପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ l ଜ୍ୱର ନ କମିବାରୁ ପରିବାର ଲୋକେ ଗତ ୭ ତାରିଖରେ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଜୟସେନଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନନ୍ତର କରାଯାଇଥିଲାl ଏମ୍‌କେସିଜିରେ ଚିକିତ୍ସିତ ଅବସ୍ଥାରେ ମଙ୍ଗଳବାର ସକାଳେ ଜୟସେନଙ୍କ ମୃତ୍ୟୁ ଘଟିଛି l ପୋଲିସ ଏବଂ ମଙ୍ଗଳ ବିଭାଗ କର୍ତ୍ତୃପକ୍ଷ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri