ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଉଦଯାପିତ: ମନ ମୋହିଲା ପାରମ୍ପରିକ ଦଣ୍ଡ ନୃତ୍ୟ

ରାଇକିଆ, ୫।୪(ପ୍ରଦୀପ ବେହେରା )-କନ୍ଧମାଳ ଜିଲା ରାଇକିଆ ପଞ୍ଚଦଣ୍ଡ ପରିଚାଳନା କମଟି ଆନୁକୁଲ୍ୟରେ ଗୁରବାର ଅଷ୍ଟମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜକ ପଞ୍ଚଦଣ୍ଡ କମିଟିର ୨୬ ବର୍ଷ ପୂର୍ତ୍ତି ଅବସରରେ ଅଷ୍ଟଦଣ୍ଡ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନିମନ୍ତ୍ରଣ କରାଯାଇଥିବା ଆଠ ଗୋଟି ଦଣ୍ଡ ନୃତ୍ୟଦଳ ଭାଗ ନେଇଥିଲେ । ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ପ୍ରଥମେ ସମସ୍ତ ଦଣ୍ଡ ନୃତ୍ୟ ଦଳଙ୍କୁ ବରଣ କରଯାଇଥିଲା । ଅପରାହ୍ନରେ ଧୂଳି ଦଣ୍ଡ, ନଈ କୂଳରେ ପାଣି ଦଣ୍ଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା । ସନ୍ଧ୍ୟାରେ ଦୁର୍ଗା ମଣ୍ଡପ ସମ୍ମୁଖରେ ଅଷ୍ଟ ଦଣ୍ଡ ମହାମିଳନ ଅନୁଷ୍ଠିତ ହୋଇଥିଲା । ପାଟ ଢୋଲ, ପାଟ ଭୁକ୍ତା, ଅଧିକାରୀ, ବିଣାକାରଙ୍କର ମିଳନ ହୋଇଥିଲା। ଦଣ୍ଡୁଆମାନେ ବଜାର ପରିକ୍ରମା କରି ନିଜ ଆଶ୍ରୟସ୍ଥଳକୁ ଫେରିଥିଲେ। ଜନସମାଗମକୁ ଦୃଷ୍ଟିରେ ରଖି ପୋଲିସ ତରଫରୁ ପେଟ୍ରୋଲିଂ କଡାକଡି କରାଯିବା ସହ ଟ୍ରାଫିକ ନିୟନ୍ତ୍ରଣ କରାଯାଇଥିଲା। ସଭାପତି ସନ୍ତୋଷ ଲେଙ୍କା, ସମ୍ପାଦକ ମନ ମୋହନ ପଟ୍ଟନାୟକ, କୋଷାଧ୍ୟକ୍ଷ ସୁରେନ୍ଦ୍ର ପଣ୍ଡା, ଉପସଭାପତି ବିଭୁ ଦତ୍ତ ବେହେରା, ସନ୍ତୋଷ କୁମାର ପଣ୍ଡା, ଶ୍ରୀନିବାସ ଆଚାରୀ, ଅରବିନ୍ଦ ଲେଙ୍କା, ସହ ସଂପାଦକ କୃଷ୍ଣ ଚନ୍ଦ୍ର ମହାନ୍ତି, ସୁଶାନ୍ତ କୁମାର ପଣ୍ଡା, ଚିଣ୍ଟୁ ପାଣିଗ୍ରାହୀ, ସନ୍ତୋଷ ପାତ୍ର, ରାଜ ମୋହନ ଦିଗାଲଙ୍କ ସମେତ ଉପଦେଷ୍ଟା ଦୁର୍ଯ୍ୟୋଧନ ଲେଙ୍କା, ସତ୍ୟବାନ ପାତ୍ର, ସୁଶିଲ ତ୍ରିପାଠୀ, ଅଭିମନ୍ୟୁ ନାୟକ, ନାରାୟଣ ପାତ୍ର, ଅଭିିମନ୍ୟୁ ପଣ୍ଡା ଏବଂ କମିଟି ସଦସ୍ୟମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ। ଭଗବାନ ପାତ୍ର ଓ କୃଷ୍ଣଚନ୍ଦ୍ର ପାତ୍ର ଧାରା ବିବରଣୀ ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri