ହାତୀ କବର ସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୧୫।୧:(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ହାତୀଙ୍କ କବର ସ୍ଥଳ ପାଲଟିଛି। ଗତବର୍ଷ ଆଠଗଡ଼ରେ ହାତୀ ମୃତ୍ୟୁକୁ ନେଇ ସାରା ରାଜ୍ୟ ଚର୍ଚ୍ଚାରେ ରହିଥିବାବେଳେ ଚଳିତବର୍ଷ ଆରମ୍ଭରୁ ଏକ ଦନ୍ତାହାତୀର ମୃତ୍ୟୁ ବନ୍ୟପ୍ରାଣୀ ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଲାଣି। ଓଡ଼ିଶା ବନ୍ୟପ୍ରାଣୀ ସମିତିର ତଥ୍ୟାନୁସାରେ, ୨୦୨୨ରେ କେବଳ ଆଠଗଡ଼ ବନଖଣ୍ଡରେ ୧୨ଟି ହାତୀର ମୃତ୍ୟୁ ଘଟିଥିଲା। ଏଥିମଧ୍ୟରେ ମାଟିତଳୁ ୬ଟି କଙ୍କାଳ ଉଦ୍ଧାର ହୋଇଥିବାବେଳେ ୨ଟି ଗୁଳିବିଦ୍ଧ ହାତୀର ଚିକିତ୍ସା ସମୟରେ ମୃତ୍ୟୁ ଘଟିଥିଲା। ଆଉ ୩ ହାତୀର ପ୍ରାକୃତିକ ମୃତ୍ୟୁ ହୋଇଥିବାବେଳେ ଗୋଟିଏ ହାତୀ ମୃତ୍ୟୁ ଏବେ ବି ଅସ୍ପଷ୍ଟ ରହିଛି। ଶନିବାର ଆଠଗଡ଼ ବଡ଼ଖଣ୍ଡରେ ଚଳିତ ବର୍ଷର ପ୍ରଥମ ହାତୀ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ଆଘାତରେ ହାତୀ ଶିକାର କରାଯାଇଥିବା ଜଣାପଡିଛି। ଏଥିସହ ବନ ବିଭାଗ ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ କାର୍ଯ୍ୟଧାରାକୁ ନେଇ ପୁଣି ପ୍ରଶ୍ନ ଉଠିଛି।
ଗତବର୍ଷ ଫେବୃୟାରୀ ୮ରେ ଆଠଗଡ଼ ବନଖଣ୍ଡ ନରସିଂହପୁର ପଶ୍ଚିମ ବନାଞ୍ଚଳର ବାରାସିଂଘା ବିଟ୍‌ରୁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ହାତୀ କଙ୍କାଳ ଉଦ୍ଧାର କରିଥିଲା। ଏହାପରେ ସେହି ବନଖଣ୍ଡର ବିଭିନ୍ନ ସ୍ଥାନରୁ ମୋଟ ୬ଟି ହାତୀ କଙ୍କାଳ ଉଦ୍ଧାର ହୋଇଥିଲା, ଯାହାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଥିଲେ। ୨ମାସରେ ତଦନ୍ତ ସାରି ରିପୋର୍ଟ ଦେବା ପାଇଁ ଏସ୍‌ଆଇଟିକୁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ ଏ ପର୍ଯ୍ୟନ୍ତ ଏସ୍‌ଆଇଟିର ତଦନ୍ତ କ’ଣ ହେଲା ଏବଂ କାହା ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଗଲା କିଛି ଜଣାପଡ଼ିଲା ନାହିଁ। ତେବେ ଜୁନ୍‌ରେ ଏକ ଗୁଳିବିଦ୍ଧ ହାତୀ ଜଙ୍ଗଲରେ ବୁଲିବା ଏବଂ ଉଦ୍ଧାର ପରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟଣା ପାଇଁ ଓଡ଼ିଶାକୁ ଦେଶରେ ଲଜ୍ଜିତ ହେବାକୁ ପଡ଼ିଥିଲା। ବାରମ୍ବାର ଗୋଟିଏ ବନଖଣ୍ଡରୁ ହାତୀ କଙ୍କାଳ ଉଦ୍ଧାର ଏବଂ ଗୁଳିବିଦ୍ଧ ହାତୀର ଘଟଣାକୁ ଗୁରୁତ୍ୱର ସହ ନେଇ କେନ୍ଦ୍ର ସରକାର ଏହାର ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବନ ବିଭାଗ କେବଳ ତଳିଆ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଚୁପ୍‌ ହୋଇ ବସିପଡ଼ିଲା। ଗୋଟିଏ ବନଖଣ୍ଡରୁ ୬ଟି ହାତୀ କଙ୍କାଳ ଉଦ୍ଧାର ହୋଇଥିଲେ ମଧ୍ୟ କୌଣସି ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଗଲା ନାହିଁ। ବରଂ ପୁରସ୍କାର ସ୍ବରୂପ ତତ୍‌କାଳୀନ ଆଠଗଡ଼ ଡିଏଫ୍‌ଓଙ୍କୁ ସୁରକ୍ଷିତ ସ୍ଥାନକୁ ବଦଳି କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri