ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମୃତକକଙ୍କ ଭଉଣୀ ପ୍ରିୟମ୍ବଦା ବେହେରା ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଓ ପୋଲିସ ତଦନ୍ତର ଦିଗ ବଦଳାଇ ଦୁର୍ଘଟଣା ରୂପ ଦେଉଥିବା ଅଭିଯୋଗ କରିଛନ୍ତି। ଏନେଇ ଗୁରୁବାର ସେ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କୁ ଭେଟି ତଦନ୍ତ ଦାବି କରିଛନ୍ତି। ବେତନଟୀ ଏସ୍‌ଡିପିଓ ଘଟଣାର ତଦନ୍ତ କରିବେ ବୋଲି ଏସ୍‌ପି ପ୍ରତିଶ୍ରୁତି ଦେଇଛନ୍ତି।
ପ୍ରିୟମ୍ବଦା ଅଭିଯୋଗ କରିଛନ୍ତି ଯେ, ଘଟଣା ରାତିରେ ଆଶୁତୋଷ ସାଙ୍ଗମାନଙ୍କ ସହ କାର୍‌ରେ ବସି ଯାତ୍ରା ଦେଖିବାକୁ ଯାଇଥିଲେ।  ଯାତ୍ରା ଦେଖି ଫେରିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଖବର ପାଇଥିଲେ। ଆଶୁତୋଷଙ୍କ ମୃତ୍ୟୁ ସମୟର ଫଟୋକୁ ଦେଖିବା ପରେ ଏହା ଏକ ହତ୍ୟା ବୋଲି ଭଉଣୀ ପ୍ରିୟମ୍ବଦା ଦାବି କରିଛନ୍ତି।
ଆଶୁତୋଷଙ୍କ ହାତକୁ ଗଞ୍ଜି ଭିତରେ ପୁରାଇ ଦିଆଯାଇଥିବା ଏବଂ ଧଳା ଗଞ୍ଜିରେ କେହି ଗୋଡ଼ରେ ଆଘାତ କରିଥିବା ଚିହ୍ନ ମଧ୍ୟ ରହିଛି। ତାଙ୍କ ଯୌନାଙ୍ଗର ଦୁଇପଟ ଫୁଲିଯାଇଥିବା ବେଳେ ଡାହାଣ ପଟ କାନର ଉପର ଭାଗରେ ମାଡ଼ ହୋଇଥିବା ଦେଖିବାକୁ ମିଳିଥିଲା। ସେହିପରି ମୃତଦେହର କୌଣସି ସ୍ଥାନରେ ଗାଡ଼ି ଚକ ଚଢ଼ିଯିବାର ଚିହ୍ନ ନ ଥିବା ବେଳେ ଘଟଣାସ୍ଥଳରେ ରକ୍ତ ମଧ୍ୟ ପଡ଼ି ନ ଥିଲା ବୋଲି ପ୍ରିୟମ୍ବଦା ଅଭିଯୋଗରେ ଦର୍ଶାଇଛନ୍ତି।
ଅନ୍ୟପକ୍ଷରେ ବିଭିନ୍ନ ଲୋକଙ୍କ ଦ୍ୱାରା ବେତନଟୀ ବାସଭବନରେ ଥିବା ତାଙ୍କ ମା’ ଓ ଭାଉଜଙ୍କୁ ଏହି ଘଟଣା ଦୁର୍ଘଟଣା ବୋଲି ସ୍ବୀକାର କରିବାକୁ ଚାପ ପକାଯାଉଛି ବୋଲି ପ୍ରିୟମ୍ବଦା ଅଭିଯୋଗରେ ଦର୍ଶାଇଛନ୍ତି। ମୃତ୍ୟୁର ୪ଦିନ ବିତିଯାଇଥିଲେ ମଧ୍ୟ ଶବ ବ୍ୟବଚ୍ଛେଦ ରିପୋର୍ଟ ମିଳିପାରି ନାହିଁ। ଯାହାକୁ ନେଇ ସେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରିଛନ୍ତି।
ସୂଚନାଯୋଗ୍ୟ, ଗତ ୧୩ ତାରିଖ ବଡ଼ି ଭୋର ସମୟରେ ବୈଶିଙ୍ଗା ପୋଲିସ ଆଶୁତୋଷଙ୍କ ମୃତଦେହ ଜବତ କରିଥିଲା। ମୃତକଙ୍କ ସ୍ତ୍ରୀ ଅନ୍ନପୂର୍ଣ୍ଣା ବେହେରାଙ୍କ ଲିଖିତ ଅଭିଯୋଗକୁ ଭିତ୍ତିକରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସଡ଼କ ଦୁର୍ଘଟଣାରେ ଆଶୁତୋଷଙ୍କ ମୃତ୍ୟୁ ହୋଇଥିବା ନେଇ ପୋଲିସ ତଦନ୍ତର ଦିଗ ଆଗକୁ ବଢ଼ାଇଥିଲା। ଅନ୍ୟପକ୍ଷେ ଦୁର୍ଘଟଣାରେ ଗୁରୁତର ଆହତ ଆଶୁତୋଷଙ୍କୁ ଘଟଣାସ୍ଥଳରେ ଛାଡ଼ି ପଳାଇବା ଦ୍ୱାରା ତାଙ୍କର ମୃତ୍ୟୁ ହେବା ଘଟଣାରେ ପୋଲିସ ତାଙ୍କର ୩ ସାଙ୍ଗ ହରିଶଙ୍କର ତ୍ରିପାଠୀ, ଯଶୋବନ୍ତ ବେହେରା ଓ ଅନିର୍ବାଣ ବାଲାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri