Posted inଖେଳ

ପୁଣି ଚାଲିଲା ଅଶ୍ୱିନ-ଅକ୍ଷରଙ୍କ ଯାଦୁ : ୨୦୫ରେ ଅଲଆଉଟ୍‌ ହେଲା ଇଂଲଣ୍ଡ

ଅହମ୍ମଦାବାଦ,୪।୩ : ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଭଳି ଚତୁର୍ଥ ମ୍ୟାଚ୍‌ରେ ମଧ୍ୟ ଭାରତୀୟ ଦଳର ଦୁଇ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟଲଙ୍କ ଯୋଡ଼ିର ଯାଦୁ ଦେଖିବାକୁ ମିଳିଛି। ଏଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଚତୁର୍ଥ ଟେଷ୍ଟର ପ୍ରଥମ ଦିନ ଦୁହେଁ ହାତେଇଛନ୍ତି ୭ ଉଇକେଟ। ଏହି ଦୁଇ ସ୍ପିନର ଓ ମହମ୍ମଦ ସିରାଜଙ୍କ ଦମ୍‌ରେ ଇଂଲଣ୍ଡକୁ ମାତ୍ର ୨୦୫ ରନ୍‌ରେ ସୀମିତ ରଖିବାକୁ ସକ୍ଷମ ହୋଇଛି ଭାରତୀୟ ଦଳ। ଜବାବରେ ଟିମ୍‌ ଇଣ୍ଡିଆ ପ୍ରଥମ ଦିନ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ୧ ଉଇକେଟ କ୍ଷତିରେ ୨୪ ରନ୍‌ କରିଛି। ଦଳକୁ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବାକୁ ହେଲେ ବଳକା ୯ ଉଇକେଟରେ ୧୮୧ ରନ୍‌ ଦରକାର।

ସିରିଜ୍‌ର ଅନ୍ତିମ ଦୁଇ ମ୍ୟାଚ୍‌ ଭଳି ପିଚ୍‌ରେ ଟର୍ନିଂ ଓ ବାଉନ୍ସ ଥିଲା। ହେଲେ ବେନ ଷ୍ଟୋକ୍ସ (୫୫), ଡାନିଏଲ ଲରେନ୍ସ (୪୬), ଓଲି ପୋପ (୨୯) ଓ ଜନ୍ନି ବେଆରଷ୍ଟୋର (୨୮) କିଛି ମାତ୍ରରେ ଭାରତୀୟ ବୋଲରଙ୍କୁ ସମ୍ମୁଖୀନ ହେବାରେ ସଫଳ ହୋଇଥିଲେ। ହେଲେ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ୨୦୫ ରନ୍‌ରେ ସୀମିତ ରହିଥିଲା ଭ୍ରମଣକାରୀ ଇଂଲଣ୍ଡ। ଭାରତ ପାଇଁ ଅକ୍ଷର ୪, ଅଶ୍ୱିନ ୩, ସିରାଜ ୨ ଓ ଓ୍ବାଶିଂଟନ ସୁନ୍ଦର ୧ ଉଇକେଟ ହାତେଇଥିଲେ। ଏହାପରେ ପ୍ରଥମ ଓଭରରେ ହିଁ ଖାତା ଖୋଲିବା ପୂର୍ବରୁ ଶୁବମାନ ଗିଲଙ୍କୁ ଆଉଟ୍‌ କରିଥିଲେ ଜମି ଆଣ୍ଡରସନ। ତାଙ୍କ ଉଇକେଟ ପଡ଼ିବା ପରେ ରୋହିତ ଶର୍ମା ଓ ଚେତ୍ତେଶ୍ୱର ପୂଜାରା ଭ୍ରମଣକାରୀ ବୋଲରଙ୍କୁ ଆଉ ଦେଇ ନ ଥିଲେ ଉଇକେଟ ନେବାର ସୁଯୋଗ। ଫଳରେ ପ୍ରଥମ ଇନିଂସରେ ମାତ୍ର ୧୨ ଓଭର ଖେଳିଥିବା ଭାରତ ୧ ଉଇକେଟ ହରାଇ ୨୪ ରନ୍‌ କରିଛି। ରୋହିତ ୮ ଓ ପୂଜାରା ୧୫ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?