Posted inଖେଳ

ଭାରତ କବ୍‌ଜାରେ ଦିବାରାତ୍ର ଟେଷ୍ଟ

ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ପ୍ରଥମ ଦିନ ଶେଷ ସୁଦ୍ଧା ଟିମ୍‌ ଇଣ୍ଡିଆ କବ୍‌ଜାରେ ରହିଛି। ପ୍ରଥମେ ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟେଲଙ୍କ ସ୍ପିନ ଯୋଡ଼ି ଏବଂ ପରେ ରୋହିତ ଶର୍ମାଙ୍କ କ୍ଲାସି ଅର୍ଦ୍ଧଶତକ ଯୋଗୁ ଏହା ସମ୍ଭବ ହୋଇପାରିଛି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡର କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ସ୍ପିନରଙ୍କ ବଲକୁ ବୁଝି ପାରି ନ ଥିଲେ। ଦଳ ମାତ୍ର ୧୧୨ ରନ୍‌ରେ ସୀମିତ ରହିଥିଲା। ସବୁଠୁ କୌତୁହଳ କଥା ହେଲା, ଜ୍ୟାକ କ୍ରଲି ୫୩ ରନ୍‌ କରିଥିବାବେଳେ ଅନ୍ୟ ସମସ୍ତ ଖେଳାଳି ଏକତ୍ରିତ ହୋଇ ୫୩ ରନ୍‌ ହିଁ କରି ପାରିଥିଲେ। ଆଉ ଘରୋଇ ଦଳ ପକ୍ଷରୁ ଦିଆଯାଇଥିଲା ଅତିରିକ୍ତ ୬ ରନ୍‌। ସର୍ବାଧିକ ୬ ଉଇକେଟ ହାତେଇଥିଲେ କ୍ୟାରିୟରର ଦ୍ୱିତୀୟ ମ୍ୟାଚ୍‌ ଖେଳୁଥିବା ଅକ୍ଷର। ଅଭିଜ୍ଞ ରବିଚନ୍ଦ୍ରନ ଅଶ୍ୱିନ ୩ ଓ ଈଶାନ୍ତ ଶର୍ମା ଗୋଟିଏ ସଫଳତା ଅକ୍ତିଆର କରିଥିଲେ।

ଭାରତୀୟ ଦଳ ପାଇଁ ଧୈର୍ଯ୍ୟର ସହ ଇନିଂସ ଆରମ୍ଭ କରିଥିଲା ରୋହିତ ଶର୍ମା ଓ ଶୁବମାନ ଗିଲଙ୍କ ଓପନିଂ ଯୋଡ଼ି। ଦୁହେଁ ୩୩ ରନ୍‌ ଯୋଡ଼ିଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଗିଲ (୧୧) ଓ ଚେତ୍ତେଶ୍ୱର ପୂଜାରା (୦)ଙ୍କ ଉଇକେଟ ହରାଇ ଥିଲା। ଏହିଠାରୁ ଅଧିନାୟକ ବିରାଟ କୋହଲିଙ୍କ ସହ ମିଶି ରୋହିତ ଶର୍ମା ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଗ କରିଥିଲେ ୬୪ ରନ୍‌। ୨୭ ରନ୍‌ କରିଥିବାବେଳେ କୋହଲି ଜ୍ୟାକ ଲିଚ୍‌ଙ୍କ ବଲରେ କ୍ଲିନ ବୋଲ୍ଡ ହୋଇଥିଲେ। ଫଳରେ ଷ୍ଟମ୍ପ ଅପସାରଣ ସୁଦ୍ଧା ଟିମ୍‌ ଇଣ୍ଡିଆ ୩୩ ଓଭରରେ ୩ ଉଇକେଟ ହରାଇ ୯୯ ରନ୍‌ କରିବାକୁ ସକ୍ଷମ ହୋଇଛି। ରୋହିତ ୫୭ ଓ ଅଜିଙ୍କ୍ୟ ରାହାନେ ୧ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri