Posted inଖେଳ

ଭାରତ କବ୍‌ଜାରେ ଦିବାରାତ୍ର ଟେଷ୍ଟ

ଅହମ୍ମଦାବାଦ,୨୪।୨: ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ପ୍ରଥମ ଦିନ ଶେଷ ସୁଦ୍ଧା ଟିମ୍‌ ଇଣ୍ଡିଆ କବ୍‌ଜାରେ ରହିଛି। ପ୍ରଥମେ ରବିଚନ୍ଦ୍ରନ ଅଶ୍ୱିନ ଓ ଅକ୍ଷର ପଟେଲଙ୍କ ସ୍ପିନ ଯୋଡ଼ି ଏବଂ ପରେ ରୋହିତ ଶର୍ମାଙ୍କ କ୍ଲାସି ଅର୍ଦ୍ଧଶତକ ଯୋଗୁ ଏହା ସମ୍ଭବ ହୋଇପାରିଛି।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡର କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ସ୍ପିନରଙ୍କ ବଲକୁ ବୁଝି ପାରି ନ ଥିଲେ। ଦଳ ମାତ୍ର ୧୧୨ ରନ୍‌ରେ ସୀମିତ ରହିଥିଲା। ସବୁଠୁ କୌତୁହଳ କଥା ହେଲା, ଜ୍ୟାକ କ୍ରଲି ୫୩ ରନ୍‌ କରିଥିବାବେଳେ ଅନ୍ୟ ସମସ୍ତ ଖେଳାଳି ଏକତ୍ରିତ ହୋଇ ୫୩ ରନ୍‌ ହିଁ କରି ପାରିଥିଲେ। ଆଉ ଘରୋଇ ଦଳ ପକ୍ଷରୁ ଦିଆଯାଇଥିଲା ଅତିରିକ୍ତ ୬ ରନ୍‌। ସର୍ବାଧିକ ୬ ଉଇକେଟ ହାତେଇଥିଲେ କ୍ୟାରିୟରର ଦ୍ୱିତୀୟ ମ୍ୟାଚ୍‌ ଖେଳୁଥିବା ଅକ୍ଷର। ଅଭିଜ୍ଞ ରବିଚନ୍ଦ୍ରନ ଅଶ୍ୱିନ ୩ ଓ ଈଶାନ୍ତ ଶର୍ମା ଗୋଟିଏ ସଫଳତା ଅକ୍ତିଆର କରିଥିଲେ।

ଭାରତୀୟ ଦଳ ପାଇଁ ଧୈର୍ଯ୍ୟର ସହ ଇନିଂସ ଆରମ୍ଭ କରିଥିଲା ରୋହିତ ଶର୍ମା ଓ ଶୁବମାନ ଗିଲଙ୍କ ଓପନିଂ ଯୋଡ଼ି। ଦୁହେଁ ୩୩ ରନ୍‌ ଯୋଡ଼ିଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଗିଲ (୧୧) ଓ ଚେତ୍ତେଶ୍ୱର ପୂଜାରା (୦)ଙ୍କ ଉଇକେଟ ହରାଇ ଥିଲା। ଏହିଠାରୁ ଅଧିନାୟକ ବିରାଟ କୋହଲିଙ୍କ ସହ ମିଶି ରୋହିତ ଶର୍ମା ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଗ କରିଥିଲେ ୬୪ ରନ୍‌। ୨୭ ରନ୍‌ କରିଥିବାବେଳେ କୋହଲି ଜ୍ୟାକ ଲିଚ୍‌ଙ୍କ ବଲରେ କ୍ଲିନ ବୋଲ୍ଡ ହୋଇଥିଲେ। ଫଳରେ ଷ୍ଟମ୍ପ ଅପସାରଣ ସୁଦ୍ଧା ଟିମ୍‌ ଇଣ୍ଡିଆ ୩୩ ଓଭରରେ ୩ ଉଇକେଟ ହରାଇ ୯୯ ରନ୍‌ କରିବାକୁ ସକ୍ଷମ ହୋଇଛି। ରୋହିତ ୫୭ ଓ ଅଜିଙ୍କ୍ୟ ରାହାନେ ୧ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri