Posted inଖେଳ

ଯନ୍ତ୍ରଣା ବଖାଣିଲେ ଅଶ୍ୱିନ୍‌: ୮-୯ ରାତି ନ ଶୋଇ ମ୍ୟାଚ୍‌ ଖେଳିଥିଲେ ଅଶ୍ୱିନ୍‌

ମୁମ୍ବାଇ,୨୮।୫: କରୋନା ମହାମାରୀ ହେତୁ ଆଇପିଏଲ ୨୦୨୧ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବିସିସିଆଇ ଏବେ ଏହି ଟୁର୍ନାମେଣ୍ଟର ଅବଶିଷ୍ଟ ମ୍ୟାଚ ସେପ୍ଟେମ୍ବର-ଅକ୍ଟୋବରରେ କରିବାକୁ ପ୍ରସ୍ତୁତ ହେଉଛି। ଆଇପିଏଲ ସ୍ଥଗିତ ରଖିବା ପୂର୍ବରୁ ମଧ୍ୟ ଦିଲ୍ଲୀ କ୍ୟାପିଟାଲ ତାରକା ବୋଲର ରବିଚନ୍ଦ୍ରନ ଅଶ୍ୱିନ ପାଞ୍ଚଟି ମ୍ୟାଚ ଖେଳିବା ପରେ ଲିଗ୍‌ରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ନିଜେ ଆଇପିଏଲ ସମୟରେ ଅଶ୍ୱିନଙ୍କ ପରିବାରର ଅନେକ ସଦସ୍ୟ କରୋନା ସଂକ୍ରମିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ କେତେକ ଗୁରୁତର ହୋଇଥିଲେ। ଏହି କାରଣରୁ ଅଫ ସ୍ପିନର ଘରକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ଅଶ୍ୱିନ ଏହି ସମଗ୍ର ବିଷୟ ବିଷୟରେ ସୂଚନା ଦେଇଛନ୍ତ।

ଅଶ୍ୱିନ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି, ମୋ ପରିବାରର ପ୍ରାୟ ସମସ୍ତ ସଦସ୍ୟ କରୋନାରେ ସଂକ୍ରମିତ ହୋଇଥିଲେ। ମୋର କିଛି ସମ୍ପର୍କୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମୁଁ ଅତି କମରେ ୮-୯ ଦିନ ଶୋଇ ପାରି ନ ଥିଲି। ନ ଶୋଇ ମଧ୍ୟ ମ୍ୟାଚ ଖେଳିବାକୁ ପଡିଆକୁ ଓହ୍ଲାଇଥିଲି। ଏହା ପରେ ମୁଁ ଆଇପିଏଲରୁ ଓହରି ଘରକୁ ଯିବାକୁ ସ୍ଥିର କଲି। ଆଇପିଏଲ ୨୦୨୧ରେ ଅଶ୍ୱିନ ପାଞ୍ଚଟି ମ୍ୟାଚରେ ମାତ୍ର ଗୋଟିଏ ଉଇକେଟ ନେବାରେ ସଫଳ ହୋଇଥିଲେ।

ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ କରିଥିବା ଅଶ୍ୱିନ ଏବେ ଇଂଲଣ୍ଡ ଗସ୍ତ ପାଇଁ ପ୍ରସ୍ତୁତ ହେଉଛନ୍ତି। ଅଶ୍ୱିନ ଏବେ ଦଳର ଖେଳାଳିଙ୍କ ସହ ମୁମ୍ବାଇରେ ଅଛନ୍ତି। ଭାରତୀୟ ଦଳକୁ ଜୁନ ୧୮ରୁ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳିବାକୁ ପଡିବ। ଏହା ପରେ ଟିମ ଇଣ୍ଡିଆ ପାଞ୍ଚ ଟେଷ୍ଟ ସିରିଜରେ ଇଂଲଣ୍ଡକୁ ଭେଟିବ। ଭାରତୀୟ ଦଳ ପ୍ରାୟ ଚାରି ମାସ ଇଂଲଣ୍ଡରେ ରହିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ଗିରଫ ହେବା ପରେ ଉଦୟନିଧି ଷ୍ଟାଲିନଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ-ମୁଁ କ’ଣ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କ ଅଡ଼ୁଆ ବଢ଼ିଛି। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ କରିଥିବା ମନ୍ତବ୍ୟ ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ତ୍ରିଶାଙ୍କୁ ନେଇ କଥିତ ଦ୍ୱିଅର୍ଥବୋଧକ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri