Posted inଖେଳ

ଇତିହାସ ରଚିବାକୁ ଆଉ ମାତ୍ର ୧୧ ଉଇକେଟ ଦୂରରେ ଅଶ୍ୱିନ୍‌

ସେଞ୍ଚୁରିଅନ୍‌,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୨୬ ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଏହି ଟେଷ୍ଟ ସିରିଜ ଟିମ ଇଣ୍ଡିଆର କିମ୍ବଦନ୍ତୀ ସ୍ପିନର ଆର ଅଶ୍ୱିନଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଟେଷ୍ଟ ଇତିହାସରେ ତାଙ୍କ ନାମ ସୁବର୍ଣ୍ଣ ଅକ୍ଷରରେ ଲେଖିବା ପାଇଁ ଆର ଅଶ୍ୱିନଙ୍କ ନିକଟରେ ଏକ ବଡ଼ ସୁଯୋଗ ଅଛି। ସେ ଏକ ବଡ ରେକର୍ଡର ଅତି ନିକଟତର ଅଛନ୍ତି।
ରବିଚନ୍ଦ୍ରନ ଅଶ୍ୱିନ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ୯୪ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ୯୪ ମ୍ୟାଚର ୧୭୮ ଇନିଂସରେ ବୋଲିଂ କରି ଅଶ୍ୱିନ ହାରାହାରି ୨୩.୬୬ରେ ୪୮୯ ଉଇକେଟ ନେଇଛନ୍ତି। ଟେଷ୍ଟରେ ୫୦୦ ଉଇକେଟ ପୂରଣ କରିବା ଠାରୁ ଆର ଅଶ୍ୱିନ ମାତ୍ର ୧୧ ଉଇକେଟ ଦୂରରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଜଣେ ବୋଲର ଭାରତ ପାଇଁ ଟେଷ୍ଟରେ ୫୦୦ ଟେଷ୍ଟ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି। ସେ ହେଉଛନ୍ତି ଅନିଲ କୁମ୍ବଲେ। କୁମ୍ବଲେ ଭାରତ ପାଇଁ ୬୧୯ ଟେଷ୍ଟ ଉଇକେଟ ନେଇଛନ୍ତି। ଏଥି ସହିତ କ୍ରିକେଟ ଇତିହାସରେ କେବଳ ୮ ବୋଲର ୫୦୦ ଟେଷ୍ଟ ଉଇକେଟ ଅଙ୍କ ଛୁଇଁ ପାରିଛନ୍ତି।

ଟେଷ୍ଟରେ ସର୍ବାଧିକ ଉଇକେଟ ନେଉଥିବା ବୋଲର
ମୁଥିୟା ମୁରଲୀଧରନ ୮୦୦ ଉଇକେଟ
ସେନ୍‌ ୱାର୍ନ ୭୦୮ ଉଇକେଟ
ଜେମ୍ସ ଆଣ୍ଡରସନ ୬୯୦ ଉଇକେଟ
ଅନିଲ କୁମ୍ବଲେ ୬୧୯ ଉଇକେଟ
ଷ୍ଟୁଆର୍ଟ ବ୍ରଡ ୬୦୪ ଉଇକେଟ


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri