Posted inଖେଳ

ଇତିହାସ ରଚିବାକୁ ଆଉ ମାତ୍ର ୧୧ ଉଇକେଟ ଦୂରରେ ଅଶ୍ୱିନ୍‌

ସେଞ୍ଚୁରିଅନ୍‌,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୨୬ ଡିସେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଏହି ଟେଷ୍ଟ ସିରିଜ ଟିମ ଇଣ୍ଡିଆର କିମ୍ବଦନ୍ତୀ ସ୍ପିନର ଆର ଅଶ୍ୱିନଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଟେଷ୍ଟ ଇତିହାସରେ ତାଙ୍କ ନାମ ସୁବର୍ଣ୍ଣ ଅକ୍ଷରରେ ଲେଖିବା ପାଇଁ ଆର ଅଶ୍ୱିନଙ୍କ ନିକଟରେ ଏକ ବଡ଼ ସୁଯୋଗ ଅଛି। ସେ ଏକ ବଡ ରେକର୍ଡର ଅତି ନିକଟତର ଅଛନ୍ତି।
ରବିଚନ୍ଦ୍ରନ ଅଶ୍ୱିନ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ୯୪ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ୯୪ ମ୍ୟାଚର ୧୭୮ ଇନିଂସରେ ବୋଲିଂ କରି ଅଶ୍ୱିନ ହାରାହାରି ୨୩.୬୬ରେ ୪୮୯ ଉଇକେଟ ନେଇଛନ୍ତି। ଟେଷ୍ଟରେ ୫୦୦ ଉଇକେଟ ପୂରଣ କରିବା ଠାରୁ ଆର ଅଶ୍ୱିନ ମାତ୍ର ୧୧ ଉଇକେଟ ଦୂରରେ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଜଣେ ବୋଲର ଭାରତ ପାଇଁ ଟେଷ୍ଟରେ ୫୦୦ ଟେଷ୍ଟ ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି। ସେ ହେଉଛନ୍ତି ଅନିଲ କୁମ୍ବଲେ। କୁମ୍ବଲେ ଭାରତ ପାଇଁ ୬୧୯ ଟେଷ୍ଟ ଉଇକେଟ ନେଇଛନ୍ତି। ଏଥି ସହିତ କ୍ରିକେଟ ଇତିହାସରେ କେବଳ ୮ ବୋଲର ୫୦୦ ଟେଷ୍ଟ ଉଇକେଟ ଅଙ୍କ ଛୁଇଁ ପାରିଛନ୍ତି।

ଟେଷ୍ଟରେ ସର୍ବାଧିକ ଉଇକେଟ ନେଉଥିବା ବୋଲର
ମୁଥିୟା ମୁରଲୀଧରନ ୮୦୦ ଉଇକେଟ
ସେନ୍‌ ୱାର୍ନ ୭୦୮ ଉଇକେଟ
ଜେମ୍ସ ଆଣ୍ଡରସନ ୬୯୦ ଉଇକେଟ
ଅନିଲ କୁମ୍ବଲେ ୬୧୯ ଉଇକେଟ
ଷ୍ଟୁଆର୍ଟ ବ୍ରଡ ୬୦୪ ଉଇକେଟ


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri