Posted inଖେଳ

ଟେଷ୍ଟରେ ଅଶ୍ୱିନ ବିଶ୍ୱର ଏକ ନମ୍ବର ବୋଲର, ଜାଡେଜା ଟପ-୧୦ ରେ…

କୋଲକାତା,୧।୩ : ଭାରତୀୟ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନଙ୍କୁ ପଛରେ ପକାଇ ଟେଷ୍ଟରେ ବୋଲରଙ୍କ ମାନ୍ୟତାରେ ଶୀର୍ଷରେ ରହିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିଲ୍ଲୀ ଟେଷ୍ଟରେ ଅଶ୍ୱିନ ୬ ଟି ୱିକେଟ ନେଇ ଭାରତର ବିଜୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ଏହି ପ୍ରଦର୍ଶନ ଯୋଗୁଁ ସେ ଟେଷ୍ଟରେ ବୋଲରଙ୍କ ପାଇଁ ର଼୍ୟାଙ୍କିଙ୍ଗର ଶୀର୍ଷରେ ପହଞ୍ଚିଛନ୍ତି। ଏଥି ସହିତ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ଇଂଲଣ୍ଡକୁ ଗୋଟିଏ ରନରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ସହ ଆଣ୍ଡରସନ ବୋଲର ମାନ୍ୟତାରେ ଦ୍ୱିତୀୟ ସ୍ଥାନକୁ ଖସି ଆସିଛନ୍ତି।

୨୦୧୫ରେ ପ୍ରଥମ ଥର ପାଇଁ ଅଶ୍ୱିନ ଟେଷ୍ଟରେ ଏକ ନମ୍ବର ବୋଲର ହୋଇଥିଲେ। ସେବେଠାରୁ ସେ କ୍ରମାଗତ ଭାବରେ ପ୍ରଥମ ସ୍ଥାନରେ ରହି ଆସୁଛନ୍ତି। ୩୬ ବର୍ଷୀୟ ଅଶ୍ୱିନ ମାର୍ନସ ଲାବୁସାଗ୍ନେ ଏବଂ ଷ୍ଟିଭ ସ୍ମିଥଙ୍କ ଗୁରୁତ୍ୱପୂର୍ଣ୍ଣ ୱିକେଟ ନେଇ ଦିଲ୍ଲୀରେ ଭାରତର ବିଜୟକୁ ସହଜ କରିଥିଲେ। ଏହା ପରେ ସେ ଆଲେକ୍ସ କେରିଙ୍କୁ ମଧ୍ୟ ଆଉଟ କରିଥିଲେ। ଦ୍ୱିତୀୟ ଇନିଂସରେ ମଧ୍ୟ ଅଶ୍ୱିନ ଅଷ୍ଟ୍ରେଲିଆର ୫ ଓପନରଙ୍କ ମଧ୍ୟରୁ ତିନିଟି ୱିକେଟ ନେଇଥିବାବେଳେ ଜାଡେଜା ବାକି ୱିକେଟ ନେଇ ଅଷ୍ଟ୍ରେଲିଆକୁ ଅଳ୍ପ ସ୍କୋରରେ ବାନ୍ଧି ରଖିଥିଲେ। ଦୀର୍ଘ ଦିନ ଧରି ଶୀର୍ଷରେ ଥିବା ସ୍ଥାନକୁ ସୁଦୃଢ଼ କରିବା ପାଇଁ ଅଶ୍ୱିନଙ୍କୁ ଇନ୍ଦୋର ଏବଂ ଅହମ୍ମଦାବାଦରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ।
ତିନି ଭିନ୍ନ ବୋଲର ଗତ ତିନି ସପ୍ତାହ ମଧ୍ୟରେ ଏକ ନମ୍ବର ସ୍ଥାନରେ ରହିଛନ୍ତି। ଫେବୃଆରୀରେ ଜେମ୍ସ ଆଣ୍ଡରସନ ତାଙ୍କୁ ଅତିକ୍ରମ କରି ଏକ ନମ୍ବରରେ ପହଞ୍ଚିବା ପରେ ଫେବୃଆରୀରେ ଅଷ୍ଟ୍ରେଲୀୟ ଅଧିନାୟକ ପାଟ କମିନ୍ସ ଟେଷ୍ଟରେ ଶ୍ରେଷ୍ଠ ବୋଲର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri