Posted inଖେଳ

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ କରିଥିଲେ। ଏହା ସହିତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୬ ଉଇକେଟ ହରାଇ ୩୩୯ ରନ୍‌ ସଂଗ୍ରହ କରିଛି।

ହସନ ମେହମୁଦଙ୍କ ଘାତକ ସ୍ପେଲ୍‌: ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲା। ଚେନ୍ନାଇର ଲାଲ ମାଟିର ପିଚ୍‌ରେ ସାମାନ୍ୟ ବାଉନ୍ସ ରହିଥିବା ବେଳେ ଭ୍ରମଣକାରୀ ବାଂଲାଦେଶ ପକ୍ଷରୁ ହସନ ମେହମୁଦ ଅଗ୍ନିବର୍ଷୀ ବୋଲିଂ କରିଥିଲେ। ପ୍ରଥମ ସେସନ୍‌ରେ ୫-୨-୬-୩ର ଚମତ୍କାର ସ୍ପେଲ ବୋଲିଂ କରିଥିଲେ। ଏହା ମଧ୍ୟରେ ରୋହିତ ଶର୍ମା(୬), ଶୁବମାନ ଗିଲ୍‌(୦) ଓ ବିରାଟ କୋହଲି(୬)ଙ୍କ ପ୍ରାଇଜ୍‌ ଉଇକେଟ ସାମିଲ ଥିଲା। ପରେ ଯଶସ୍ବୀ ଜୟସ୍ବାଲ(୫୬) ଓ ରିଷଭ ପନ୍ତ(୩୯) ଚତୁର୍ଥ ଉଇକେଟରେ ୬୨ ରନ୍‌ ଯୋଡି ସ୍ଥିତି ସୁଧାରିବାକୁ ପ୍ରୟାସ କରିଥିଲେ। ଲଞ୍ଚ ପରେ ପନ୍ତଙ୍କୁ ନିଜର ଚତୁର୍ଥ ଶିକାର କରିଥିଲେ ହସନ।

ଜାଡେଜା-ଅଶ୍ୱିନ ମ୍ୟାଜିକ୍‌:ପନ୍ତଙ୍କ ଉଇକେଟର ପତନ ପରେ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ଅର୍ଦ୍ଧଶତକ କରିଥିଲେ ଜୟସ୍ବାଲ। ୧୧୮ ବଲ ଖେଳି ୯ ଚୌକା ମାରି ସେ ୫୬ ରନ୍‌ କରିଥିଲେ। ନାହିଦ୍‌ ରାଣାଙ୍କ ବଲରେ ଜୟସ୍ବାଲ ଆଉଟ ହେବା ପରେ ପରବର୍ତ୍ତୀ ବ୍ୟାଟର ଲୋକେଶ ରାହୁଲ ୧୬ ରନ୍‌ କରି ମେହିଦୀ ହସନ ମିରାଜଙ୍କ ବଲ୍‌ରେ ଆଉଟ ହୋଇଥିଲେ। ପରେ ଚେନ୍ନାଇର ଦର୍ଶକଙ୍କୁ ଦୁଇ ସ୍ପିନର ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ମ୍ୟାଜିକ ଦେଖିବାକୁ ମିଳିଥିଲା। ଲୋକାଲ ବୟ ଅଶ୍ୱିନ ୧୧୨ ବଲ୍‌ ଖେଳି ୧୦ ଚୌକା ଓ ୨ ଛକା ସହ ୧୦୨ ରନରେ ଅପରାଜିତ ରହିଛନ୍ତି। ଅନ୍ୟପକ୍ଷରେ ଜାଡେଜା ୧୧୭ ବଲ୍‌ ଖେଳି ୧୦ ଚୌକା ଓ ୨ ଛକା ସହ ୮୬ ରନରେ ବ୍ୟାଟିଂ କରୁଛନ୍ତି। ଉଭୟ ଖେଳାଳି ସପ୍ତମ ଉଇକେଟରେ ୨୨୭ ବଲ ଖେଳି ଅବିଭାଜିତ ୧୯୫ ରନ୍‌ ଯୋଡିଛନ୍ତି। ବାଂଲାଦେଶ ପକ୍ଷରୁ ହସନ୍‌ ମେହମୁଦ୍‌ ୪ ଉଇକେଟ ନେଇଥିବା ବେଳେ ମେହିଦୀ ହସନ ମିରାଜ ଓ ନାହିଦ ରାଣା ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି।
ସଂକ୍ଷିପ୍ତ ସ୍କୋର: ଭାରତ ପ୍ରଥମ ଇନିଂସ ୮୦ ଓଭରରେ ୩୩୯/୬(ରବିଚନ୍ଦ୍ରନ ଅଶ୍ୱିନ-୧୦୨*, ରବୀନ୍ଦ୍ର ଜାଡେଜା-୮୬*, ଯଶସ୍ବୀ ଜୟସ୍ବାଲ-୫୬, ହସନ ମେହମୁଦ-୪/୫୮, ମେହିଦୀ ହସନ ମିରାଜ-୧/୭୭, ନାହିଦ୍‌ ରାଣା-୧/୮୦)।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri