Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ଅଶ୍ୱିନ୍‌

ଇନ୍ଦୋର,୨।୩: ବର୍ଡର-ଗାଭାସ୍କର ଟ୍ରଫି ୨୦୨୩ର ତୃତୀୟ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ଆର ଅଶ୍ୱିନ ଏକ ବଡ଼ ସଫଳତା ଅର୍ଜନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଦଳ ପାଇଁ ତୃତୀୟ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ଭେଟେରାନ ଅଲରାଉଣ୍ଡର କପିଲ ଦେବଙ୍କୁ ପଛରେ ପକାଇଛନ୍ତି।
ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଟେଷ୍ଟର ଦ୍ୱିତୀୟ ଦିନର ପ୍ରଥମ ଅଧିବେଶନରେ ଅଶ୍ୱିନ ତିନିଟି ଉଇକେଟ ନେଇଥିଲେ। ପ୍ରଥମେ ପିଟର ହ୍ୟାଣ୍ଡସକମ୍ବଙ୍କ ଉଇକେଟ ନେଇ ସେ କପିଲ ଦେବଙ୍କ ୬୮୭ ଅନ୍ତର୍ଜାତୀୟ ଉଇକେଟ ରେକର୍ଡ ସହ ସମକକ୍ଷ ହୋଇଥିଲେ। ତା’ପରେ ଆଲେକ୍ସ କେରିଙ୍କୁ ପାଭିଲିୟନକୁ ପଠାଇବାବେଳେ ଅଶ୍ୱିନ କପିଲ ଦେବଙ୍କୁ ଅତିକ୍ରମ କରିଥିଲେ। ଅଶ୍ୱିନ ଏଠାରେ ଅଟକି ନ ଥିଲେ। ସେ ନାଥନ ଲିଅନଙ୍କ ଉଇକେଟ୍‌ ନେଇ ଅନ୍ତର୍ଜାତୀୟ କ୍ରିକେଟରେ ଭାରତୀୟ ଦଳ ପାଇଁ ତୃତୀୟ ସର୍ବାଧିକ ନେଇଥିଲେ।
ଅନିଲ କୁମ୍ବଲେ ଭାରତ ପାଇଁ ସର୍ବାଧିକ ଅନ୍ତର୍ଜାତୀୟ ଉଇକେଟ ନେଇଛନ୍ତି। ୪୦୩ ଅନ୍ତର୍ଜାତୀୟ ମ୍ୟାଚର ୫୦୧ ଇନିଂସରେ କୁମ୍ବଲେ ମୋଟ ୯୫୬ ଉଇକେଟ ନେଇଛନ୍ତି। ଏଠାରେ ହରଭଜନ ସିଂଙ୍କ ନାମ ଦ୍ୱିତୀୟ ସ୍ଥାନରେ ରହିଛି। ୩୬୭ଟି ମ୍ୟାଚ୍‌ର ୪୪୪ ଇନିଂସରେ ହରଭଜନ ୭୧୧ ଉଇକେଟ ନେଇଛନ୍ତି। ଏଥି ସହିତ, ବର୍ତ୍ତମାନ ଆର ଅଶ୍ୱିନ ତିନି ନମ୍ବରରେ ପହଞ୍ଚିଛନ୍ତି। ଅଶ୍ୱିନ ଏପର୍ଯ୍ୟନ୍ତ ୨୬୯ ମ୍ୟାଚର ୩୪୭ ଇନିଂସରେ ୬୮୯ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri